20.1 C
Bhubaneswar
Thursday, February 12, 2026
Homeଓଡିଶାଭୁବନେଶ୍ୱରେ ପହଞ୍ଚିଲେ ମହାମହିମ ରାଷ୍ଟ୍ରପତି

ଭୁବନେଶ୍ୱରେ ପହଞ୍ଚିଲେ ମହାମହିମ ରାଷ୍ଟ୍ରପତି

ଭୁବନେଶ୍ୱର : ଭୁବନେଶ୍ୱରେ ପହଞ୍ଚିଲେ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ୪ ଦିନିଆ ଓଡିଶା ଗସ୍ତରେ ଆସିଛନ୍ତି ରାଷ୍ଟ୍ରପତି । ୬ରୁ ୯ ତାରିଖ ଯାଏଁ ରଷ୍ଟ୍ରପତିଙ୍କ ଓଡିଶା ଗସ୍ତ । ରଥ ଯାତ୍ରା ସାମିଲ ହେବା ପାଇଁ ଆସିଛନ୍ତି ମହାମହିମ । ତାଙ୍କୁ ସ୍ୱାଗତ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସହିତ ରାଜ୍ୟପାଳ ଓ ଭୁବନେଶ୍ୱର ମେୟର ଉପସ୍ଥିତ ରହିଛନ୍ତି । ତେବେ ସେ ବିମାନ ବନ୍ଦରରୁ ସିଧାସଳଖ ଜୟଦେବ ଭବନ ଯିବେ । ସେଠାରେ ଏକ କାର୍ଯ୍ୟକ୍ରମରେ ଯୋଗ ଦେଇ ରାଷ୍ଟ୍ରପତି ରାଜଭବନରେ ରାତ୍ରି ଯାପନ କରିବେ।ଆସନ୍ତାକାଲି ସକାଳୁ ବାୟୁସେନାର ସ୍ୱତନ୍ତ୍ର ବିମାନରେ ପୁରୀ ଯିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ପୁରୀ ରଥଯାତ୍ରାରେ ସେ ସମ୍ମାନିତ ଅତିଥି ଭାବେ ଯୋଗ ଦେବେ।ରାଷ୍ଟ୍ରପତି ଆସନ୍ତାକାଲି ପୁରୀ ଗସ୍ତ କରି ଅପରାହ୍ନରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରା ଦର୍ଶନ କରିବେ । ୮ତାରିଖ ସକାଳୁ ପୁରୀ ସମୁଦ୍ର ବେଳାଭୂମିରେ ପ୍ରାତଃଭ୍ରମଣ କରିବେ। ଏହାପରେ ସେ ଭୁବନେଶ୍ୱର ଫେରି ପୂର୍ବାହ୍ନରେ ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା ପରିଦର୍ଶନ କରିବା ସହ ବିକେ କଲେଜ ଅଫ ଆର୍ଟ ଆଣ୍ଡ କ୍ରାଫଟସ୍ ଛାତ୍ରଛାତ୍ରୀମାନଙ୍କ ସହ ବାର୍ତ୍ତାଳାପ କରିବେ ।ସେହିଦିନ ଅପରାହ୍ନରେ ଭୁବନେଶ୍ୱରର ମେଣ୍ଢାଶାଳ ହରିଡ଼ାମଡ଼ାସ୍ଥିତ ଡିଭାଇନ୍ ରିଟ୍ରିଟ୍ ସେଂଟରଠାରେ ଏକ କାର୍ଯ୍ୟକ୍ରମରେ ଯୋଗ ଦେବେ ବୋଲି ଜଣାପଡ଼ିଛି । ୯ତାରିଖ ପୂର୍ବାହ୍ନରେ ଜଟଣୀସ୍ଥିତ ନାଇଜରର ସ୍ନାତକ ସମାରୋହ ଉତ୍ସବରେ ଯୋଗ ଦେଇ ଅପରାହ୍ନରେ ନୂଆଦିଲ୍ଲୀ ଫେରିଯିବାର କାର୍ଯ୍ୟକ୍ରମ ରହିଛି ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking