ଦୀପାବଳି ପଛରେ ଥିବା ଇତିହାସ

ଭୁବନେଶ୍ୱର :ମୋଗଲ ଯୁଗର ପ୍ରସିଦ୍ଧଐତିହାସିକ ଆବୁଲ ଫଜୀଲ ତାଙ୍କର ଆଇନ ଆକବରୀରେ ମୋଗଲ ଶାସନକାଳୀନ ବଣିକ, ଆଲୋକ ଜ୍ଜଳନ୍ତ ଓ ଅକ୍ଷକ୍ରୀଡା ନାମକ ଦୀପାବଳି ଆଧାରିତ ମନୋଜ୍ଞ ଉପକଥାର ଉଲ୍ଲେଖ କରିଛନ୍ତି । ଆଲବରୁଣୀରେ ମୋଗଲ ସମ୍ରାଟଙ୍କ ଲମ୍ବା ବାଉଁଶ ପୋତି ତା’ର ଅଗରେ ଶିକାରେ ଆକାଶପ୍ରଦୀପ ଜାଳିବାକଥା ବରୋଦା ସଂଗ୍ରହାଳୟରେ ରଖାଯାଇଥିବା ପ୍ରାଚୀନ ଆକାଶପ୍ରଦୀପ ଅତୀତରେ ଦୀପାବଳି ପାଳନ କରାଯାଉଥିବାର ପ୍ରମାଣ ଦିଏ ।
ଚାଣକ୍ୟ ଓ ଚୋଳବଂଶକାଳୀନ ଉତ୍ସବ ପରମ୍ପରାରେ ଦୀପାବଳିପାଳନ ହେଉଥିବାର କନୌଜବଂଶୀୟ ରାଜା ହର୍ଷବର୍ଦ୍ଧନଙ୍କ କାଳଜୟୀ ଅମରକୃତି ନାଟକ ନାଗାନନ୍ଦରୁ ଜଣାପଡେ ।
ଗୁପ୍ତବଂଶୀୟ ସମ୍ରାଟ ଦ୍ୱିତୀୟଚନ୍ଦ୍ରଗୁପ୍ତ ବିକ୍ରମାଦିତ୍ୟ, ପବିତ୍ର ଦୀପାବଳି ତିଥିରେ ସିଂହାସନ ଆରୋହଣ କରିଥିବାରୁ ତା’ର ସ୍ମାରକୀ ରୂପେ ଦୀପାବଳି ଦିନଠାରୁ ଗୁପ୍ତାଦ୍ଧର ପ୍ରଚଳନ ହୋଇଥିଲା ।
ବିଶେଷ

ପୟାଶ୍ରାଦ୍ଧ
ଓଡ଼ିଶାରେ ଏହି ଦିନ ବଡ଼ବଡୁଆ ଉଦ୍ଦେଶ୍ୟରେ ପିଣ୍ଡ ଦେଇସାରି କାଉଁରିଆ କାଠି ଜାଳନ୍ତି । କାଉଁରିଆ କାଠି ଜାଳିବାବେଳେ ଉଚ୍ଚାରଣ କରନ୍ତି:

ବଡ଼ବଡୁଆ ହୋ
ଅନ୍ଧାରରେ ଆସ ଆଲୁଅରେ ଯା’,
ପୁରୁଷୋତ୍ତମରେ ମହାପ୍ରସାଦ ଖାଇ
ବାଇଶି ପାବଛେ ଗଡ଼ଗଡାଉ ଥା’ ।

ପିତୃ ପୁରୁଷଙ୍କୁ ଆଲୋକ ଦେଖାଇ ସ୍ୱର୍ଗ ଲୋକକୁ ଫେରିଯିବା ପାଇଁ ପ୍ରାର୍ଥନା କରନ୍ତି । ଅସଂଖ୍ୟ ଭକ୍ତ ସେଦିନ ବାଇଶି ପାହାଚରେ ପିଣ୍ଡଦାନ କରି କାଉଁରିଆ କାଠି ବି ଜାଳନ୍ତି । ପିତୃଗଣଙ୍କ ଆଶୀର୍ବାଦ କାମନା କରନ୍ତି ।

ପିତୃ ଲୋକଂ ପରିତାଜ୍ୟ
ଆଗତା ଯେ ମହାଳୟେ
ଇଜ୍ଜ୍ୱଳେ ଜ୍ୟୋତିଷାଂ ମାର୍ଗେ
ପ୍ରପଦ୍ୟନ୍ତୋ ବ୍ରଜନ୍ତୁତେ ।

LEAVE A REPLY

Please enter your comment!
Please enter your name here