20.1 C
Bhubaneswar
Thursday, January 23, 2025
Homeଓଡିଶାଏସବୁ ଜିଲ୍ଲାକୁ ଗ୍ରୀଷ୍ମପ୍ରବାହ ପାଇଁ ସତର୍କ କରି ୟେଲୋ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ

ଏସବୁ ଜିଲ୍ଲାକୁ ଗ୍ରୀଷ୍ମପ୍ରବାହ ପାଇଁ ସତର୍କ କରି ୟେଲୋ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ

ଭୁବନେଶ୍ୱର: ଆସନ୍ତା ମାର୍ଚ୍ଚ ୧୬ରୁ ୧୮ ତାରିଖ ମଧ୍ୟରେ ରାଜ୍ୟର କିଛି ଜିଲ୍ଲାରେ ତାପମାତ୍ରା ୩ରୁ ୫ଡିଗ୍ରି ସେଲସିୟସ ପର୍ଯ୍ୟନ୍ତ ବୃଦ୍ଧି ପାଇପାରେ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି । ଆସନ୍ତା ମାର୍ଚ୍ଚ ୧୬ରୁ ୧୭ ତାରିଖ ମଧ୍ୟରେ ସୁବର୍ଣ୍ଣପୁର, ବୌଦ୍ଧ, ବଲାଙ୍ଗୀର, ଅନୁଗୁଳ, ନୟାଗଡ଼, ଖୋର୍ଦ୍ଧା, ବାଲେଶ୍ୱର ଓ ମୟୂରଭଞ୍ଜ ଆଦି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଗ୍ରୀଷ୍ମ ପ୍ରବାହ ପାଇଁ ସତର୍କ କରାଇ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରିଛି । ଏଥିସହିତ ମାର୍ଚ୍ଚ ୧୭ରୁ ୧୮ ତାରିଖ ମଧ୍ୟରେ ଗ୍ରୀଷ୍ମ ପ୍ରବାହ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଥିବା ଜିଲ୍ଲାଗୁଡ଼ିକ ମଧ୍ୟରେ ସୁବର୍ଣ୍ଣପୁର, ବୌଦ୍ଧ, ବଲାଙ୍ଗୀର, ଅନୁଗୁଳ, ସମ୍ବଲପୁର, ଝାରସୁଗୁଡ଼ା, ନୟାଗଡ଼, ଖୋର୍ଦ୍ଧା, ବାଲେଶ୍ୱର ଓ ମୟୁରଭଞ୍ଜ ରହିଛି । ସେହିପରି ୧୮ରୁ ୧୯ ତାରିଖ ମଧ୍ୟରେ ସୁବର୍ଣ୍ଣପୁର, ବୌଦ୍ଧ, ବଲାଙ୍ଗୀର, ଅନୁଗୁଳ, ସମ୍ବଲପୁର ଓ ଝାରସୁଗୁଡ଼ା ଆଦି ଜିଲ୍ଲାକୁ ବି ଗ୍ରୀଷ୍ମ ପ୍ରବାହ ପାଇଁ ସତର୍କ କରାଯାଇଛି । ତେବେ ଏହି ଗ୍ରୀଷ୍ମ ପ୍ରବାହ ସମୟରେ ଛୋଟପିଲା, ବୃଦ୍ଧ ଓ ଅସୁସ୍ଥ ଥିବା ଲୋକଙ୍କୁ ଅଧିକ ସତର୍କ ରହିବାକୁ କୁହାଯାଇଛି । ଦିନ୧୧ଠାରୁ ୫ଟା ପର୍ଯ୍ୟନ୍ତ ବାହାରକୁ ନବାହାରିବାକୁ ପାଣିପାଗ ବିଭାଗ ପରାମର୍ଶ ଦେଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking