24.6 C
Bhubaneswar
Sunday, April 12, 2026
Homeଓଡିଶାଓଡ଼ିଶାରେ ପହଞ୍ଚିଲେ ହକି ତାରକା ଅମିତ ରୋହିଦାସ

ଓଡ଼ିଶାରେ ପହଞ୍ଚିଲେ ହକି ତାରକା ଅମିତ ରୋହିଦାସ

ଭୁବନେଶ୍ୱର : ଶୁକ୍ରବାର ଓଡ଼ିଶା ଫେରିଛନ୍ତି ପ୍ୟାରିସ ଅଲିମ୍ପିକ୍ସରେ କାଂସ୍ୟ ପଦକ ବିଜୟୀ ଭାରତୀୟ ହକି ଦଳର ଖେଳାଳି ଅମିତ ରୋହିଦାସ । ସେ ଭୁବନେଶ୍ଵର ବିମାନ ବନ୍ଦରରେ ପହଞ୍ଚିବା ପରେ ତାଙ୍କୁ ବିପୁଳ ସ୍ଵାଗତ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଥିଲା। ଭୁବନେଶ୍ଵର ଏକାମ୍ର ବିଧାୟକ ବାବୁ ସିଂହଙ୍କ ସମେତ ବିଭିନ୍ନ ସଂଗଠନ ପକ୍ଷରୁ ଅମିତଙ୍କୁ ସ୍ଵାଗତ କରାଯାଇଥିଲା। ଅମିତ ଚଳିତ ଅଲିମ୍ପିକ୍ସରେ କାଂସ୍ୟ ପଦକ ବିଜେତା ଭାରତୀୟ ଦଳରେ ଏକମାତ୍ର ଓଡ଼ିଆ ଭାବେ ସାମିଲ ହୋଇଥିଲେ। ଅଲିମ୍ପିକ୍ସରେ ଭାରତୀୟ ଦଳର ସଫଳତା ପରେ ରାଜ୍ୟ ସରକାର ଅମିତଙ୍କ ପାଇଁ ୪ କୋଟି ଟଙ୍କାର ପୁରସ୍କାର ଘୋଷଣା କରିଥିଲେ। ଏହା ସହତ ଟିମ୍‌ର ଅନ୍ୟ ଖେଳାଳି ଏବଂ କର୍ମଚାରୀମାନଙ୍କ ଓଡ଼ିଶା ସରକାରଙ୍କ ପକ୍ଷରୁ ୧୦ ଲକ୍ଷ ଏବଂ ୧୫ ଲକ୍ଷ ଟଙ୍କା ଲେଖାଏ ପୁରସ୍କାର ରାଶି ଘୋଷଣା କରାଯାଇଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking