ଭୁବନେଶ୍ୱର: ପୁରୁଷ ହକି ବିଶ୍ୱକପ୍-୨୦୨୩ର ବେଲଜିୟମ ୨ୟ ଦଳ ଭାବେ ସେମି ଫାଇନାଲ୍ରେ ପ୍ରବେଶ କରିଛି । ଭୁବନେଶ୍ୱରସ୍ଥିତ କଳିଙ୍ଗ ଷ୍ଟାଡିୟମରେ ଆଜି ବେଲଜିୟମ ୨-୦ ଗୋଲ୍ରେ ନ୍ୟୁଜିଲାଣ୍ଡକୁ ପରାସ୍ତ କରି ୨ୟ ଦଳ ଭାବେ ସେମି ଫାଇନାଲକୁ ପ୍ରବେଶ କରିଛି । ବେଲଜିୟମ୍ ଆସନ୍ତା ୨୭ ତାରିଖରେ ସେମିଫାଇନାଲ ମ୍ୟାଚ୍ ଖେଳିବ । ଏହି ଟିମ୍ କଳିଙ୍ଗ ଷ୍ଟାଡିୟମରେ ଆସନ୍ତାକାଲି ରାତି ୭ଟାରେ ନେଦରଲ୍ୟାଣ୍ଡସ ଓ କୋରିଆ ମଧ୍ୟରେ ଆୟୋଜିତ ହେବାକୁ ଥିବା ୪ର୍ଥ କ୍ୱାର୍ଟରଫାଇନାଲର ବିଜୟୀ ଦଳକୁ ଭେଟିବ । ଏହା ପୂର୍ବରୁ ପ୍ରଥମ ଦଳ ଭାବେ ଅଷ୍ଟ୍ରେଲିଆ ସ୍ପେନକୁ ହରାଇ ସେମିଫାଇନାଲରେ ପ୍ରବେଶ କରିଛି ।