28.1 C
Bhubaneswar
Friday, September 20, 2024
Homeଓଡିଶାଆସନ୍ତାକାଲି ବରଗଡ ଯିବେ ମାନ୍ୟବର ମୁଖ୍ୟମନ୍ତ୍ରୀ

ଆସନ୍ତାକାଲି ବରଗଡ ଯିବେ ମାନ୍ୟବର ମୁଖ୍ୟମନ୍ତ୍ରୀ

ବରଗଡ : ଆସନ୍ତାକାଲି ବରଗଡ ଗସ୍ତରେ ଯାଇ ଗଙ୍ଗାଧର ମେହେର ଉଠା ଜଳସେଚନ ପ୍ରକଳ୍ପର ଶୁଭ ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ । ଏହା ସହ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ନିର୍ମିତ କର୍କଟ ରୋଗ ଚିକିତ୍ସା କେନ୍ଦ୍ର ଓ ନୃସିଂହନାଥ ପୀଠର ବିକାଶ ଓ ରୂପାନ୍ତରଣ ଆଦିର ଉଦଘାଟନ ସହିତ ଅନ୍ୟ ୫୯ ଗୋଟି ବିଭିନ୍ନ ପ୍ରକଳ୍ପର ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହା ବ୍ୟତୀତ ବିଭିନ୍ନ ଉନ୍ନତି ମୂଳକ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସନ୍ତାକାଲି ଦିନ ୧୨ ଟାରେ ବିଜେପୁର ବ୍ଲକ ସ୍ଥିତ କନାପାଲୀ ଗ୍ରାମରେ ହେବାକୁଥିବା ସାଧାରଣ ସଭାରେ ଯୋଗଦାନ କରି ଗଙ୍ଗାଧର ମେହେର ଜଳସେଚନ ପ୍ରକଳ୍ପ , କେନ୍ସର ହସ୍ପିଟାଲ ଓ ୨୨ କୋଟି ୭୮ ଲକ୍ଷ ଟଙ୍କା ବିନିମୟରେ ନୃସିଂହନାଥପୀଠର ବିକାଶ ଓ ରୂପାନ୍ତରଣର ଉଦଘାଟନ କରିବେ । ସେହିପରି ୩୪୨ କୋଟି ୬୯ ଲକ୍ଷ ୬୩ ହଜାର ଟଙ୍କା ବ୍ୟୟରେ ୫୯ ଗୋଟି ବିଭିନ୍ନ ଉନ୍ନୟନ ମୂଳକ ପ୍ରକଳ୍ପର ଶୁଭ ଉଦଘାଟନ କରିବେ ଏବଂ ୨୬୩ କୋଟି ୩୩ ଲକ୍ଷ ୧୮ ହଜାର ଟଙ୍କା ବ୍ୟୟରେ ନୂତନ ୨୧ ଗୋଟି ବିଭିନ୍ନ ଉନ୍ନୟନ ମୂଳକ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିବେ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking