38.1 C
Bhubaneswar
Wednesday, May 1, 2024
Homeଓଡିଶାକେନ୍ଦ୍ରାପଡାରୁ ଲଢ଼ିବାକୁ ଆଶା ରଖିଛି : ସିପ୍ରା

କେନ୍ଦ୍ରାପଡାରୁ ଲଢ଼ିବାକୁ ଆଶା ରଖିଛି : ସିପ୍ରା

ଭୁବନେଶ୍ୱର: ମୋ ବାପା କଂଗ୍ରେସରେ ଥିଲେ। ମୁଁ ମଧ୍ୟ ଏହି ଦଳକୁ ଫେରିଥିବାରୁ ଅତ୍ୟନ୍ତ ଖୁସି। ଟିକେଟ ପାଇଁ ମୁଁ କିଛି ଆଲୋଚନା କରିନାହିଁ। କିନ୍ତୁ କେନ୍ଦ୍ରାପଡାରୁ ଲଢ଼ିବାକୁ ଆଶା ରଖିଛି। ଯଦି ଦଳ ମୋତେ ସୁଯୋଗ ଦେବ, ତା’ହେଲେ ମୁଁ ନିଶ୍ଚିତ କେନ୍ଦ୍ରାପଡ଼ାରୁ ନିର୍ବାଚନ ଲଢ଼ିବି। ନଚେତ ଦଳ ମୋତେ ଯେଉଁ ଦାୟିତ୍ୱ ଦେବ, ତାହାକୁ ସୁଚାରୁ ରୂପରେ ତୁଲାଇବି। ଆଜି କଂଗ୍ରେସରେ ଯୋଗଦେବା ପରେ ଏହା କହିଛନ୍ତି କେନ୍ଦ୍ରାପଡ଼ାର ପୂର୍ବତନ ବିଜେଡି ବିଧାୟିକା ସିପ୍ରା ମଲ୍ଲିକ । ପ୍ରକାଶ ଯେ ନିର୍ବାଚନ ତାରିଖ ଯେତେ ପାଖେଇ ଆସୁଛି ବିଭିନ୍ନ ରାଜନୈତିକ ଦଳରେ ମିଶ୍ରଣ ପର୍ବ ଜୋର ଧରୁଛି । ବିଭିନ୍ନ ରାଜନେତା କିମ୍ବା ନେତ୍ରୀ ବିଭିନ୍ନ ଦଳରେ ମିଶୁଛନ୍ତି । ଏହାରି ଭିତରେ  ବିଜେଡି ଛାଡ଼ି ଆଜି କଂଗ୍ରେସରେ ଯୋଗ ଦେଇଛନ୍ତି କେନ୍ଦ୍ରାପଡ଼ାର ପୂର୍ବତନ ବିଧାୟିକା ସିପ୍ରା ମଲ୍ଲିକ। ଭୁବନେଶ୍ୱରରେ କଂଗ୍ରେସ ଭବନରେ ପୂର୍ବତନ ପିସିସି ସଭାପତି ପ୍ରସାଦ ହରିଚନ୍ଦନ ଓ ବରିଷ୍ଠ ନେତା ପଞ୍ଚାନନ କାନୁନଗୋଙ୍କ ଉପସ୍ଥିତିରେ ସେ ଦଳରେ ଯୋଗ ଦେଇଥିଲେ। ୨୦୦୯ରେ କେନ୍ଦ୍ରାପଡ଼ାରୁ ବିଜେଡି ଟିକେଟରେ ବିଧାନସଭାକୁ ନିର୍ବାଚିତ ହୋଇଥିଲେ ସିପ୍ରା ମଲ୍ଲିକ। କିନ୍ତୁ ୨୦୧୪ ଓ ୨୦୧୯ରେ ତାଙ୍କୁ ଦଳ ଟିକେଟ ଦେଇ ନଥିଲା। ୨୦୧୪ରେ ବିଜେଡି କେନ୍ଦ୍ରାପଡ଼ା ବିଧାନସଭା ଆସନରୁ କିଶୋର ଚନ୍ଦ୍ର ତରାଇଙ୍କୁ ପ୍ରାର୍ଥୀ କରିଥିବା ବେଳେ ୨୦୧୯ରେ ଶଶୀଭୂଷଣ ବେହେରାଙ୍କୁ ପ୍ରାର୍ଥୀ କରିଥିଲା।  ଏଥର ବିଜେଡିରୁ ଟିକେଟ୍ ପାଇବାକୁ ଆଶାୟୀ ଥିଲେ ସିପ୍ରା। ତେବେ ଦଳ ପକ୍ଷରୁ ତାଙ୍କୁ ସେମିତି କିଛି ସଙ୍କେତ ନ ମିଳିବା ପରେ ସେ କଂଗ୍ରେସରେ ଯୋଗ ଦେଇଛନ୍ତି। ନିକଟରେ କଂଗ୍ରେସ ଛାଡ଼ି ବିଜେଡିରେ ସାମିଲ ହୋଇଛନ୍ତି ଗଣେଶ୍ୱର ବେହେରା। ବିଜେଡି ତାଙ୍କୁ କେନ୍ଦ୍ରାପଡ଼ାରୁ ପ୍ରାର୍ଥୀ କରିପାରେ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking