ପାରଳାଖେମୁଣ୍ଡି: ପାରଳାଖେମୁଣ୍ଡି ସ୍ଥିତ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟର ପ୍ରଥମ ମହଲାରେ ଶନିବାର ଭୟାବହ ଅଗ୍ନିକାଣ୍ଡ ଘଟିଛି । ନିଆଁରେ କାର୍ଯ୍ୟାଳୟର ସର୍ଭର ରୁମ ସମ୍ପୁର୍ଣ୍ଣ ଜଳିପୋଡି ପାଉଁଶ ହୋଇଯାଇଥିବା ଜଣାପଡିଛି । ସୂଚନା ପାଇ ଅଗ୍ନିଶମ ବିଭାଗର କର୍ମଚାରୀମାନେ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିବା ପାଇଁ ଉଦ୍ୟମ କରିଥିଲେ । ପ୍ରାଥମିକ ଭାବେ ବିଦ୍ୟୁତ ସର୍ଟସର୍କିଟ ଯୋଗୁଁ ନିଆଁ ଲାଗିଥିବା ଅନୁମାନ କରାଯାଉଛି । ତେବେ ନିଆଁ ଲାଗିବାର ପ୍ରକୃତ କାରଣ ଏବଂ ଅଗ୍ନିକାଣ୍ଡରେ ହୋଇଥିବା ସମ୍ପୁର୍ଣ୍ଣ କ୍ଷୟକ୍ଷତି ତଦନ୍ତ ପରେ ସ୍ପଷ୍ଟ ହେବ ।










