21.1 C
Bhubaneswar
Saturday, February 7, 2026
Homeଓଡିଶାଅପରାହ୍ଣ ୪ଟା ୩୦ ପର୍ଯ୍ୟନ୍ତ ଗୃହ ମୁଲତବି

ଅପରାହ୍ଣ ୪ଟା ୩୦ ପର୍ଯ୍ୟନ୍ତ ଗୃହ ମୁଲତବି

ଭୁବନେଶ୍ୱର: ଆରମ୍ଭ ହେଲା ବିଧାନସଭାର ଶୀତକାଳୀନ ଅଧିବେଶନ । ଦିବଙ୍ଗତ ସଦସ୍ୟଙ୍କ ଉଦ୍ଦେଶ୍ୟରେ ଶୋକ ପ୍ରସ୍ତାବ ଆଗତ କରିଛନ୍ତି  ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ପରେ ଏହାକୁ ସମର୍ଥନ କରିଛନ୍ତି  ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ , ଭାରତୀୟ ଜାତୀୟ କଂଗ୍ରେସ ବିଧାୟକ ଦଳର ନେତା ରାମଚନ୍ଦ୍ର କାଡାମ,  ସିପିଆଇ ଦଳର ନେତା । ପରେ ଦିବଙ୍ଗତ ସଦସ୍ୟଙ୍କ ଉଦ୍ଦେଶ୍ୟରେ ଗୃହରେ ଏକ ମିନିଟର ନୀରବ ପ୍ରାର୍ଥନା କରାଯାଇଥିଲା । ଶୋକ ପ୍ରସ୍ତାବ ଆଗତ ପରେ ବାଚସ୍ପତି ସୁରମା ପାଢୀ ଅପରାହ୍ଣ ୪ଟା ୩୦ ଯାଏଁ ଗୃହକୁ ମୁଲତବି କରିଛନ୍ତି । ଅପରାହ୍ଣରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗୃହକୁ ସମ୍ବୋଧିତ କରିବେ।  ଆସନ୍ତା ୨୮ ତାରିଖ ଦିନ ପ୍ରଥମ ସପ୍ଲିମେଂଟାରୀ ବଜେଟ ଉପସ୍ଥାପନ ହେବ। ବିରୋଧୀ ଦଳ ତରଫରୁ ଯେଉଁ ପ୍ରସଙ୍ଗ ଉପସ୍ଥାପନା କରାଯିବ, ସମସ୍ତ ପ୍ରଶ୍ନର ଜବାବ୍ ଦେବା ପାଇଁ ରଣନୀତି ପ୍ରସ୍ତୁତ ହୋଇଛି ।ଏହା‌ ଡିସେମ୍ବର ୩୧ ତାରିଖ ଯାଏଁ ଚାଲିବାକୁ ଥିବା ଏହି ଅଧିବେଶନରେ ମୋଟ୍‌ ୨୯ଟି କାର୍ଯ୍ୟଦିବସ ରହିଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking