39.1 C
Bhubaneswar
Friday, April 26, 2024
Homeଓଡିଶାଭାରତରେ କେମିତି ପାଳନ କରାଯାଏ ଜନ୍ମାଷ୍ଟମୀ

ଭାରତରେ କେମିତି ପାଳନ କରାଯାଏ ଜନ୍ମାଷ୍ଟମୀ

ଭୁବନେଶ୍ୱର : ଓଡ଼ିଶାର ପୁରପଲ୍ଲୀରେ ଏହି ଉତ୍ସବ ମହା ସମାରୋହରେ ପାଳନ କରାଯାଏ । ଏହିଦିନ ଲୋକେ ଉପବାସ ରଖିଥାନ୍ତି, ଓ ରାତ୍ରି ୧୨ ଘଟିକାକୁ କୃଷ୍ଣଜନ୍ମ ଉତ୍ସବ ପାଳନ କରିସାରି ଉପବାସ ଭାଙ୍ଗିଥାନ୍ତି। ଏହିଦିନ ଗାଁର ଭାଗବତ ଟୁଙ୍ଗୀମାନଙ୍କରେ ଅଥବା କାହାରି ଘର ବା ମଠ ମନ୍ଦିରରେ ହରିବଂଶ ପୁରାଣ ପାଠ କରାଯାଏ । ହରିବଂଶ ପୁରାଣ ଅତି ଦୀର୍ଘ ହୋଇଥିବାରୁ କେଉଁଠି କେଉଁଠି ଖଣ୍ଡିକିଆ ହରିବଂଶ ପଢ଼ିଥାନ୍ତି । ଶ୍ରୀମନ୍ଦିରରେ ପାଳିତ ପର୍ବପର୍ବାଣୀମାନଙ୍କ ଭିତରେ ଜନ୍ମାଷ୍ଟମୀ ଅନ୍ୟତମ। ଓଡ଼ିଶାରେ ବୈଷ୍ଣବ ମତବାଦର ବହୁଳ ପ୍ରଭାବ ରହିଥିବାରୁ ଏହି ପର୍ବ ଓଡ଼ିଆ ଜନମାନସରେ ଏକ ସ୍ୱତନ୍ତ୍ର ସ୍ଥାନ ଗ୍ରହଣ କରିଛି । ଲୋକମାନେ ମଧ୍ୟ ଜନ୍ମାଷ୍ଟମୀ ବ୍ରତ ବହି ପାଠ କରିଥାନ୍ତି

ଜନ୍ମାଷ୍ଟମୀର ପରବର୍ତ୍ତୀ ଦିନ ନନ୍ଦୋତ୍ସବ ପାଳନ କରାଯାଏ। ନନ୍ଦରାଜ ଓ ଯଶୋଦାରାଣୀଙ୍କ ଆନନ୍ଦକୁ ମନେ ପକାଇବାପାଇଁ ଏହି ଦିନ ଲୋକେ ଗାୟନ କୀର୍ତ୍ତନ କରିଥାନ୍ତି ଓ ନିଜର ଉପବାସ ଭାଙ୍ଗି ବଡ଼ି ସକାଳୁ ମିଷ୍ଟାନ୍ନ ଆଦାନ ପ୍ରଦାନ କରିଥାନ୍ତି ଓ ସେବନ କରିଥାନ୍ତି ।

ଉତ୍ତର ପ୍ରଦେଶର ମଥୁରାରେ ଶ୍ରୀକୃଷ୍ଣ ଜନ୍ମଗ୍ରହଣ କରିଥାବାରୁ ଏଠାରେ ଏହି ଉତ୍ସବ ବିଶେଷ ଉଲ୍ଲାସରେ ପାଳିତ ହୋଇଥାଏ । କୃଷ୍ଣଙ୍କର କ୍ରୀଡ଼ାଭୂମୀ ଗୋକୁଳ ଓ ବୃନ୍ଦାବନରେ ଅସଂଖ୍ୟ ଜନଗହଳି ହୋଇଥାଏ ଓ ଏଠାରେ ଏହି ଉତ୍ସବ ପ୍ରାୟ ସାତଦିନବ୍ୟାପି ପାଳିତ ହୋଇଥାଏ। କୁହାଯାଏ ।

ଗୁଜରାଟର ଦ୍ୱାରକାରେ ଥିବା ଦ୍ୱାରିକାଧିଶ ମନ୍ଦିରରେ ମଧ୍ୟ ଏହି ଉତ୍ସବ ବହୁତ ଆଡ଼ମ୍ବରରେ ପାଳିତ ହୋଇଥାଏ । ଏହାଛଡ଼ା ପଶ୍ଚିମ ବଙ୍ଗରେ ଶ୍ରୀଚୈତନ୍ୟ ଓ ନିତ୍ୟାନନ୍ଦ ମହାପ୍ରଭୁଙ୍କ ଜନ୍ମସ୍ଥାନ ନବଦ୍ୱୀପରେ ମଧ୍ୟ ଜନ୍ମାଷ୍ଟମୀ ହର୍ଷୋଲ୍ଲାସରେ ପାଳିତ ହୋଇଥାଏ । ଲୋକେ ଉପବାସ ରଖି ଶ୍ରୀକୃଷ୍ଣଙ୍କ ଜନ୍ମ ଓ ଲୀଳା ବର୍ଣ୍ଣନାରେ ସମୃଦ୍ଧ ଶ୍ରୀମଦ୍ଭାଗବତର ଦଶମ ସ୍କନ୍ଧ ପଢ଼ିଥାନ୍ତି । ଜାମ୍ମୁଠାରେ ଏହିଦିନ ଗୁଡ଼ି ଉଡ଼ାଇବାର ପ୍ରଥା ରହିଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking