32.1 C
Bhubaneswar
Thursday, March 28, 2024
Homeଗଣେଶ ପୂଜାଶାସ୍ତ୍ରରେ କେତେ ପ୍ରକାର ଗଣେଶଙ୍କ ବିଷୟରେ ବର୍ଣ୍ଣନା କରାଯାଇଛି

ଶାସ୍ତ୍ରରେ କେତେ ପ୍ରକାର ଗଣେଶଙ୍କ ବିଷୟରେ ବର୍ଣ୍ଣନା କରାଯାଇଛି

ଭୁବନେଶ୍ୱର : ଗଣେଶ, ଗଣପତି, ବିନାୟକ ବା ତାମିଲରେ ପିଲ୍ଲାଇୟାର ହେଉଛନ୍ତି ସବୁଠାରୁ ଅଧିକ ପୂଜିତ ହେଉଥିବା ହିନ୍ଦୁ ଦେବତା । ସେ ମହାଦେବ ଶିବ ଓ ଦେବୀ ପାର୍ବତୀଙ୍କର ସାନ ପୁଅ ଓ କାର୍ତ୍ତିକେୟଙ୍କର ସାନ ଭାଇ । ତାଙ୍କର ବାହନ ମୂଷିକ । ଗଣେଶଙ୍କର ପ୍ରତିକୃତି ଭାରତ ଓ ନେପାଳରେ ସର୍ବତ୍ର ପରିଦୃଷ୍ଟ ହୁଏ।  ହିନ୍ଦୁମାନେ ଜାତି, ଭାଷା, ବର୍ଣ ନିର୍ବିଶେଷରେ ଗଣେଶଙ୍କୁ ପୂଜା କରିଥାନ୍ତି। ଏପରିକି ଜୈନ, ବୌଦ୍ଧ ଧର୍ମର ତଥା ଅଣଭାରତୀୟମାନେ ମଧ୍ୟ ଗଣେଶଙ୍କ ଉପାସନା କରିଥାନ୍ତି।  ଶାସ୍ତ୍ରରେ ୩୨ ପ୍ରକାର ଗଣେଶଙ୍କ ବିଷୟରେ ବର୍ଣ୍ଣନା କରାଯାଇଛି ।

ଅନେକ ବିଶେଷତ୍ୱ ମଧ୍ୟରୁ ଗଣେଶ ତାଙ୍କର ହାତୀ ମୁଣ୍ଡ ଯୋଗୁ ସ‌ହଜରେ ଚିହ୍ନା ପଡ଼ନ୍ତି । ବିଘ୍ନ ନାଶକ ରୂପେ ସେ ସର୍ବତ୍ର ପୂଜିତ ହୁଅନ୍ତି ।  କଳା, ବିଜ୍ଞାନର ଓ ବୁଦ୍ଧିମତ୍ତାର ଦେବତା ଓ ସଂରକ୍ଷକ ରୂପେ ସେ ପରିଚିତ ।  ଆଦି ଦେବତା ହିସାବରେ ପ୍ରତ୍ୟେକ ଶୁଭ କାର୍ଯ୍ୟ, ପୂଜା, ଲେଖାପଢ଼ା ଓ ଧାର୍ମିକ କ୍ରିୟା ଆରମ୍ଭରେ ତାଙ୍କର ଆବାହ‌ନ କରାଯାଏ ।  ତାଙ୍କୁ ପଞ୍ଚଦେବତା ମାନଙ୍କ ମଧ୍ୟରୁ ଜଣେ ବୋଲି କୁହାଯାଏ। ଭାଦ୍ରବ ଶୁକ୍ଳ ଚତୁର୍ଥୀ ଦିନ ବିଦ୍ୟାର ଦେବତା, ଆଦିଦେବ ଗଣେଶଙ୍କର ପୂଜା କରାଯାଏ । ବିଶେଷକରି ପ୍ରତ୍ୟେକ ଶିକ୍ଷାନୁଷ୍ଠାନରେ ଏହି ପୂଜା କରାଯାଇଥାଏ । ଆଲୋକମାଳା ମଣ୍ଡିତ ତୋରଣରେ ସୁସଜ୍ଜିତ ମଣ୍ଡପ ଗୁଡ଼ିକ ଆକର୍ଷକ ହୋଇଥାନ୍ତି । ଓଡ଼ିଶାର ଜଟଣୀରେ ଏହା ୧୧ଦିନ ଧରି ପାଳିତ ହୋଇଥାଏ । ଗଣେଶ ଗଜାନନ ରୂପରେ ହିଁ ସର୍ବତ୍ର ପରିଚିତ। ବିଘ୍ନହନ୍ତା ରୂପରେ ମଧ୍ୟ ତାଙ୍କୁ ପୂଜା କରାଯାଏ। ଆଉମଧ୍ୟ ସେ ଆଦ୍ୟପୂଜିତ ଓ ବିଘ୍ନେଶ।  ତା ସହିତ ସେ ହେଉଛନ୍ତି ବୁଦ୍ଧି, ବିଦ୍ୟା ବା ଜ୍ଞାନର ଦେବତା, ବିଦ୍ୟାଦାତା।  ସେ ପ୍ରତ୍ୟେକ ପୂଜାର ପ୍ରାରମ୍ଭରେ ପୂଜିତ ହୁଅନ୍ତି ଓ ବିଦ୍ୟାରମ୍ଭରେ ମଧ୍ୟ ତାଙ୍କରି ଆବାହନ କରାଯାଇଥାଏ। ଗଣେଶଙ୍କ ଅନ୍ୟ କେତେକ ନାମ ହେଲା : ସୁମୂଖ, ବିଘ୍ନହର୍ତ୍ତା, ବିଘ୍ନହର, ଧୂମ୍ରକେତୁ, ଗଣାଧ୍ୟକ୍ଷ, ବ୍ରହ୍ମଣସ୍ପତୀ, ମୟୂରେଶ୍ୱର, ବିଘ୍ନେଶ୍ୱର ଓ ଶୂର୍ପକର୍ଣ ଇତ୍ୟାଦି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking