ଅନୁଗୋଳ: ଦେବୀନଗର ପାହାଡ଼ରୁ ୨ଟି ସ୍ଥାନରେ ବଡ଼ବଡ଼ ପଥର ଖସି ରାସ୍ତା ଅବରୋଧ । ଅନୁଗୋଳ ଜିଲ୍ଲା ଛେଣ୍ଡିପଦା ବ୍ଲକ୍ ପାତ୍ରପଡା–ହଣ୍ଡପା ମୁଖ୍ୟ ରାସ୍ତାରେ ଯାତାୟାତ ବାଧାପ୍ରାପ୍ତ ହୋଇଛି । ଉଭୟ ପାର୍ଶ୍ୱରେ ଯାନବାହନ ଚଳାଚଳ ବନ୍ଦ ହେବା ସହ ଯୋଗାଯୋଗ ସମ୍ପୂର୍ଣ୍ଣ ଠପ ହୋଇଛି । ଏହି ରାସ୍ତା ଉପରେ ନିର୍ଭର କରୁଥିବା ଶହଶହ ଲୋକ ନାହିଁନଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି । ସ୍ଥାନୀୟ ଲୋକମାନେ ଶୀଘ୍ର ରାସ୍ତାରୁ ଅତଡ଼ା ହଟାଇ ଯାତାୟାତ ସ୍ୱାଭାବିକ କରିବା ପାଇଁ ପ୍ରଶାସନଙ୍କ ହସ୍ତକ୍ଷେପ ଦାବି କରିଛନ୍ତି ।










