ଟିଟିଲାଗଡ଼: ଓଡ଼ିଶା ସଂଗୀତ ଜଗତର ଚର୍ଚ୍ଚିତ ଓ ଲୋକପ୍ରିୟ ଗାୟକ ହ୍ୟୁମାନ୍ ସାଗରଙ୍କ ଶେଷକୃତ ଆଜି ସନ୍ଧ୍ୟାରେ ବଲାଙ୍ଗୀରଜିଲ୍ଲା ଟିଟିଲାଗଡ଼ରେ ସମ୍ପନ୍ନ ହୋଇଛି। ହ୍ୟୁମାନ ସାଗରଙ୍କ ଅନ୍ତିମ ବିଦାୟ ସ୍ଥାନୀୟ ଏକ ଚର୍ଚ୍ଚରେ କରାଯାଇଛି। ପରଂପରା ଅନୁସାରେ ଅନୁଷ୍ଠିତ ଶେଷକୃତ୍ୟ କାର୍ଯ୍ୟକ୍ରମରେ ଲକ୍ଷାଧିକ ପ୍ରଶଂସକ ଓ ଶୁଭେଚ୍ଛୁ ସାମିଲ ହୋଇ ମରଶରୀରକୁ ଅଶ୍ରୁଳ ବିଦାୟ ଦେଇଥିଲେ। ପାର୍ଥିବ ଶରୀରର ଶେଷ ଦର୍ଶନ ପାଇଁ ବଲାଙ୍ଗୀର, କଣ୍ଟାବାଞ୍ଜି, ସଇଁତଳାରୁ ମଧ୍ୟ ପ୍ରଶଂସକମାନେ ଛୁଟି ଆସିଥିଲେ। ମରଶରୀର ଟିଟିଲାଗଡ଼ରେ ପହଞ୍ଚିଲା ପରେ ହ୍ୟୁମାନଙ୍କର ଘରେ ଓ ଘର ବାହାରେ ପ୍ରବଳ ଭିଡ଼ ଲାଗିଥିଲା। ପରିବାର ଲୋକ, ସଂପର୍କୀୟ, ପ୍ରଶଂସକମାନେ ଶ୍ରଦ୍ଧାଞ୍ଜଳି ଦେବା ସହିତ ଅନ୍ତିମ ଦର୍ଶନ କରିଥିଲେ।ଲୋକପ୍ରିୟ କଣ୍ଠଶିଳ୍ପୀ ହ୍ୟୁମାନ ସାଗର ଗତକାଲି ରାତି ପ୍ରାୟ ୯ଟାରେ ଭୁବନେଶ୍ୱର ଏମ୍ସରେ ଚିକିତ୍ସାଧିନ ଅବସ୍ଥାରେ ଦେହାନ୍ତ ହୋଇଥିଲା।










