18.1 C
Bhubaneswar
Thursday, February 5, 2026
Homeଓଡିଶାହ୍ୟୁମାନଙ୍କ ସ୍ୱାସ୍ଥ୍ୟରେ ଆସୁନି ସୁଧାର

ହ୍ୟୁମାନଙ୍କ ସ୍ୱାସ୍ଥ୍ୟରେ ଆସୁନି ସୁଧାର

ଭୁବନେଶ୍ୱର : ଓଲିଉଡ ଲୋକପ୍ରିୟ କଣ୍ଠଶିଳ୍ପୀ ହ୍ୟୁମାନ୍ ସାଗରଙ୍କ ସ୍ବାସ୍ଥାବସ୍ଥା ସଙ୍କଟାପନ୍ନ । ପତ୍ନି ଶ୍ରେୟାଙ୍କ ସୂଚନା, ଗତ ୨୪ ଘଣ୍ଟାରେ ହ୍ୟୁମାନଙ୍କ ସ୍ୱାସ୍ଥରେ ଆସୁନି ସୁଧାର । ସ୍ବାସ୍ଥ୍ୟାବସ୍ଥା ନେଇ ଡାକ୍ତରଙ୍କ ସହ ଆଲୋଚନା କରିଛନ୍ତି ମୁଖ୍ୟମନ୍ତ୍ରୀ । ତେବେ ବର୍ତ୍ତମାନ ସୁଦ୍ଧା ଭେଣ୍ଟିଲେଟରରେ ଅଛନ୍ତି ହ୍ୟୁମାନ୍ ସାଗର । ତାଙ୍କର ସ୍ବାସ୍ଥ୍ୟାବସ୍ଥାରେ କୌଣସି ସୁଧାର ଆସିନାହିଁ । ଅସୁସ୍ଥ ଅବସ୍ଥାରେ ହ୍ୟୁମାନ୍ ସାଗରଙ୍କୁ ଭୁବନେଶ୍ବର ଏମ୍‌ସ ଆଇସିୟୁରେ ଭର୍ତ୍ତି କରାଯାଇଥିଲା । ତାଙ୍କର ଲିଭର୍‌ ଖରାପ ଥିବାବେଳେ କିଡ୍‌ନି ଗୁରୁତର ଭାବେ ପ୍ରଭାବିତ ହୋଇଛି । ସେ ଗତ କିଛି ସପ୍ତାହ ହେଲା କଟକର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ । ସ୍ବାସ୍ଥ୍ୟାବସ୍ଥା ସଙ୍କଟାପନ୍ନ ହେବାରୁ ତାଙ୍କୁ ଏମ୍‌ସ ସ୍ଥାନାନ୍ତର କରାଯାଇଛି ।  ଲିଭର୍‌ ଓ କିଡ୍‌ନି ସହିତ ହ୍ୟୁମାନ୍‌ଙ୍କ ବହୁ ଅଙ୍ଗ ପ୍ରଭାବିତ ହୋଇଛି। ସେ ଶ୍ବାସକ୍ରିୟା ଜନିତ ଅସୁବିଧା, ନିମୋନିଆ, ହେପାଟୋପାଥି, ଥ୍ରୋମ୍ବୋସାଇଟୋପେନିଆ ଓ କୋଆଗୁଲୋପାଥିରେ ପୀଡ଼ିତ ଅଛନ୍ତି । ତାଙ୍କୁ ଭେଣ୍ଟିଲେଟର୍‌ ସହାୟତାରେ ରଖାଯାଇଛି ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking