ଭୁବନେଶ୍ୱର: ବଙ୍ଗୋପସାଗରରେ ୬ ତାରିଖ ସୁଦ୍ଧା ଘୂର୍ଣ୍ଣିବଳୟ ସୃଷ୍ଟି ସମ୍ଭାବନା । ଘୂର୍ଣ୍ଣିବଳୟ ପ୍ରଭାବରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟ ହେବାର ସମ୍ଭାବନା ରହିଛି । ଘୂର୍ଣ୍ଣିବଳୟ ସୃଷ୍ଟିର ୪୮ ଘଣ୍ଟା ପରେ ହୋଇପାରେ ଲଘୁଚାପ କ୍ଷେତ୍ର । ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା ନେଇ ପାଣିପାଗ ବିଭାଗର ସୂଚନା ଜାରି । ତେବେ ଏହାର ପ୍ରଭାବ ଓଡିଶା ଉପରେ ରହିବ କି ନାହି ତାହା ଏବେ ଯାଏଁ ସ୍ପଷ୍ଟ ହୋଇପାରିନାହିଁ ।