27.8 C
Bhubaneswar
Tuesday, July 28, 2026
Homeଓଡିଶାସ୍ତ୍ରୀଙ୍କୁ ହତ୍ୟା ପରେ ସ୍ୱାମୀଙ୍କ ବିଷପାନ ଉଦ୍ୟମ

ସ୍ତ୍ରୀଙ୍କୁ ହତ୍ୟା ପରେ ସ୍ୱାମୀଙ୍କ ବିଷପାନ ଉଦ୍ୟମ

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରୁ ଆସିଛି ଏକ ଚାଞ୍ଚଲ୍ୟକର ଖବର । ମଞ୍ଚେଶ୍ୱର ଥାନା ଅନ୍ତର୍ଗତ ଚକେଇସିଆଣି ଅଞ୍ଚଳରେ ଜଣେ ମହିଳାଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି । ଘଟଣା ପରେ ସ୍ୱାମୀ ଘରେ ତାଲା ପକାଇ ଫେରାର ହୋଇଯାଇଥିବା ବେଳେ, ପୁଲିସ ତାଙ୍କୁ କାବୁ କରିବା ପୂର୍ବରୁ ସେ ବିଷ ପିଇ ଆତ୍ମହତ୍ୟା ଉଦ୍ୟମ କରିଥିବା ସୂଚନା ମିଳିଛି । ସମଗ୍ର ଘଟଣାକୁ ନେଇ ଅଞ୍ଚଳରେ ଚାଞ୍ଚଲ୍ୟ ଖେଳିଯାଇଛି । ସୂଚନା ଅନୁସାରେ, ମଞ୍ଚେଶ୍ୱର ଥାନା ଚକେଇସିଆଣି ଅଞ୍ଚଳର ଏକ ଘରୁ ଜଣେ ମହିଳାଙ୍କ ମୃତଦେହ ଉଦ୍ଧାର ହୋଇଛି ।

ପ୍ରାରମ୍ଭିକ ତଦନ୍ତରେ ମହିଳାଙ୍କୁ ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି । ଘଟଣା ପରେ ଘରେ ତାଲା ପକାଇ ସ୍ୱାମୀ ଫେରାର ହୋଇଯାଇଥିଲେ । ଘଟଣା ସମ୍ପର୍କରେ ଖବର ପାଇ ମଞ୍ଚେଶ୍ୱର ପୁଲିସ ଘଟଣାସ୍ଥଳରେ ପହଞ୍ଚି ଘରର ତାଲା ଖୋଲି ମୃତଦେହକୁ ଉଦ୍ଧାର କରିଥିଲା । ଏହାପରେ ପୁଲିସ ଅଭିଯୁକ୍ତଙ୍କୁ ଖୋଜିବା ପାଇଁ ସ୍ୱତନ୍ତ୍ର ଅଭିଯାନ ଆରମ୍ଭ କରିଥିଲା । ପୁଲିସ ଅଭିଯୁକ୍ତଙ୍କ ନିକଟରେ ପହଞ୍ଚିବା ପୂର୍ବରୁ ସେ ବିଷ ପିଇ ଆତ୍ମହତ୍ୟା ଉଦ୍ୟମ କରିଥିବା ଜଣାପଡ଼ିଛି । ଗୁରୁତର ଅବସ୍ଥାରେ ତାଙ୍କୁ ଉଦ୍ଧାର କରାଯାଇ ଚିକିତ୍ସା ପାଇଁ ହସ୍ପିଟାଲକୁ ପଠାଯାଇଛି। ତାଙ୍କ ସ୍ୱାସ୍ଥ୍ୟାବସ୍ଥା ଉପରେ ଡାକ୍ତରମାନେ ନଜର ରଖିଛନ୍ତି ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking