30.1 C
Bhubaneswar
Wednesday, May 1, 2024
Homeଓଡିଶାମୁଁ ବିଚଳିତ ନୁହେଁ : ପ୍ରେମାନନ୍ଦ

ମୁଁ ବିଚଳିତ ନୁହେଁ : ପ୍ରେମାନନ୍ଦ

ଭୁବନେଶ୍ୱର : ସଭ୍ୟପଦ ରଦ୍ଧକୁ ନେଇ ପ୍ରେମାନନ୍ଦ ନାୟକ କହିଛନ୍ତି ଯେ ସଭ୍ୟପଦ ରଦ୍ଧ ସାଧାରଣ କଥା, ଏହାକୁ ଗ୍ରହଣ କରୁଛି । ମୋ ଉପରେ ଏହାର ପ୍ରଭାବ ପଡ଼ିବନି କି ଏଥ‌ିପାଇଁ ମୁଁ ବିଚଳିତ ନୁହେଁ । ଦଳ ଆଗରୁ ଛାଡ଼ିଛି । ଏବେ ମୁଁ ଯେଉଁ ଦଳରେ ଅଛି ତା ପାଇଁ କାମ କରିବି ବୋଲି ପ୍ରେମାନନ୍ଦ ନାୟକ କହିଛନ୍ତି । ସରକାରୀ ଦଳ ମୁଖ୍ୟ ସଚେତକ ପ୍ରଶାନ୍ତ ମୁଦୁଲିଙ୍କ ଆବେଦନକୁ ଆଧାର କରି ବାଚସ୍ପତି ଅରବିନ୍ଦ ଢାଲି ଓ ପ୍ରେମାନନ୍ଦ ନାୟକଙ୍କ ବିଧାୟକ ପଦକୁ ରଦ୍ଦ କରିଛନ୍ତି । ଏନେଇ ବିଧାନସଭା ସଚିବାଳୟ ପକ୍ଷରୁ ନିର୍ଦେଶାବଳୀ ପ୍ରକାଶ ପାଇଛି। ଅରବିନ୍ଦ ଢାଲି ଓ ପ୍ରେମାନନ୍ଦ ନାୟକ ବିଜେଡି ଟିକେଟରୁ ୨୦୧୯ରେ ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ଗତ କିଛି ଦିନ ତଳେ ଦୁଇ ଜଣ ବିଜେଡି ଛାଡି ଅନ୍ୟଦଳରେ ଯୋଗଦେଇଥିଲେ। ନିଜ ଆଡୁ ବିଜେଡି ଛାଡିବାରୁ ସେମାନଙ୍କ ସଭ୍ୟପଦ ରଦ୍ଦ ପାଇଁ ସରକାରୀ ଦଳ ମୁଖ୍ୟ ସଚେତକ ପିଟିସନ ଦାଖଲ କରିଥିଲେ । ଦୁଇ ବିଧାୟକଙ୍କ ବିରୋଧରେ ମାର୍ଚ୍ଚ ୧୮ରେ ବାଚସ୍ପତିଙ୍କ ନିକଟରେ ପିଟିସନ ଦାଖଲ କରିଥିଲେ ସରକାରୀ ଦଳ ମୁଖ୍ୟ ସଚେତକ ପ୍ରଶାନ୍ତ ମୁଦୁଲି । ପିଟିସନ ଆଧାରରେ ମାର୍ଚ୍ଚ ୧୯ରେ ଦୁଇ ବିଧାୟକଙ୍କ ନିକଟରୁ ସ୍ପଷ୍ଟୀକରଣ ମଗାଯାଇଥିଲା। କିନ୍ତୁ ପିଟିସନର ଉତ୍ତର ଦେଇନଥିଲେ ଅରବିନ୍ଦ ଢାଲି ଓ ପ୍ରେମାନନ୍ଦ ନାୟକ। ଯାହା ଫଳରେ ଦୁଇ ବିଧାୟକଙ୍କୁ ଅପ୍ରେଲ ୧୦ ରେ ବ୍ୟକ୍ତିଗତ ଭାବେ ହାଜର ହେବାକୁ ଅପ୍ରେଲ ୨ ତାରିଖରେ ବାଚସ୍ପତି ଚିଠି କରିଥିଲେ। ବ୍ୟକ୍ତିଗତ ଭାବେ ହାଜର ହୋଇ ନିଜ ପକ୍ଷ ରଖୁନି ଦୁଇ ବିଧାୟକ । ଫଳରେ ସରକାରୀ ମୁଖ୍ୟ ସଚେତକଙ୍କ ପିଟିସନ ଆଧାରରେ ଦୁଇ ବିଧାୟକ ନିଜ ଆଡୁ ବିଜେଡି ଛାଡିଥ‌ିବା ସ୍ପଷ୍ଟ ହୋଇଛି । ଯେଉଁଥ୍ ପାଇଁ ଦୁଇ ବିଧାୟକଙ୍କ ସଭ୍ୟ ପଦ ରଦ୍ଦ କରିଛନ୍ତି ବାଚସ୍ପତି । ଦୁଇ ବିଧାୟକଙ୍କ ସଭ୍ୟ ପଦ ରଦ୍ଦ ହେବା ପରେ ଏବେ ଜୟଦେବ ଓ ତେଲକୋଇ ଆସନ ଖାଲି ପଡିଲା।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking