28.1 C
Bhubaneswar
Sunday, July 14, 2024
Homeଓଡିଶାଯେମିତି କ୍ବାର୍ଟର ପାଇଥିଲି, ସେମିତି ଫେରାଇବି

ଯେମିତି କ୍ବାର୍ଟର ପାଇଥିଲି, ସେମିତି ଫେରାଇବି

ଭୁବନେଶ୍ବର: ସରକାରୀ ବାସଭବନ ଭଙ୍ଗା ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଲେ ବିଜେଡି ସାଂଗଠନିକ ସଂପାଦକ ପ୍ରଣବ ପ୍ରକାଶ ଦାସ । କହିଲେ ବିଭ୍ରାନ୍ତିକର ଖବର ପ୍ରସାରଣ କରୁଛନ୍ତି କିଛି ଗଣମାଧ୍ୟମ । ବଙ୍କର କରାଯାଇଥିବା ନେଇ ଖବର ପ୍ରକାଶ ପାଉଛି । ଯାହା ସଂପୂର୍ଣ୍ଣ ଭାବେ ମିଥ୍ୟା ବୋଲି କହିଛନ୍ତି ପ୍ରଣବ। ସେହିଭଳି କିଛି ଗଣମାଧ୍ୟମକୁ ସଦବୁଦ୍ଧି ମିଳୁ। ‘ମୋତେ କ୍ବାର୍ଟର ଛାଡ଼ିବା ପାଇଁ ୪ ତାରିଖ ପର୍ୟ୍ୟନ୍ତ ସମୟ ଦିଆଯାଇଛି ଓ ୧୫ ତାରିଖ ଯାଏଁ ହାତରେ ସମୟ ଅଛି । ସରକାରୀ କ୍ବାର୍ଟର ଯେଉଁଭଳି ନିଆଯାଇଥାଏ ସେଭଳି ଫେରାଯାଏ । ମୁଁ କିଛି ଅସ୍ଥାୟୀ ନିର୍ମାଣ କରିଥିଲି, ଲୋକଙ୍କ ଅଭିଯୋଗ ଶୁଣାଣି ଓ ସୁବିଧା ପାଇଁ ।’ ସେଗୁଡିକୁ ଭାଙ୍ଗିବାରେ କିଛି ଅସୁବିଧା ନାହିଁ ବୋଲି କହିଛନ୍ତି ପ୍ରଣବ ପ୍ରକାଶ ଦାସ  ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking