30.1 C
Bhubaneswar
Monday, July 8, 2024
Homeଓଡିଶାଆଇଏଏସ୍ ଗଣେଶ୍ୱର ଜେନା ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓଙ୍କ ବ୍ୟକ୍ତିଗତ ସଚିବ

ଆଇଏଏସ୍ ଗଣେଶ୍ୱର ଜେନା ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓଙ୍କ ବ୍ୟକ୍ତିଗତ ସଚିବ

ଭୁବନେଶ୍ୱର : ୨୦୧୨ ବ୍ୟାଚ୍ ଆଇଏଏସ୍ ଗଣେଶ୍ୱର ଜେନା ରାଜ୍ୟ ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓଙ୍କ ବ୍ୟକ୍ତିଗତ ସଚିବ ଭାବେ ଦାୟିତ୍ୱ ତୁଲାଇବେ ।  ତାଙ୍କୁ କୃଷି ଓ କୃଷକ ସଶକ୍ତିକରଣ ବିଭାଗର ଅତିରିକ୍ତ ସଚିବ ଭାବେ ବଦଳି କରାଯାଇଛି । ଶ୍ରୀ ଜେନା ଏବେ ଓଡ଼ିଶା ରାଜ୍ୟ ପଣ୍ୟାଗାର ନିଗମର ପରିଚାଳନା ନିର୍ଦ୍ଦେଶକ ଭାବେ କାର୍ୟ୍ୟ କରୁଛନ୍ତି । ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ, ୨୦୧୨ ବ୍ୟାଚ୍ ଆଇଏଏସ୍ ଗଣେଶ୍ୱର ଜେନାଙ୍କୁ କୃଷି ବିଭାଗର ଅତିରିକ୍ତ ସଚିବ ଭାବେ ବଦଳି  କରାଯାଇଛି । ଶ୍ରୀ ଜେନା ଉପମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଭାବେ ଅତିରିକ୍ତ ଦାୟିତ୍ୱ ମଧ୍ୟ ତୁଲାଇବେ । ଉପମୁଖ୍ୟମନ୍ତ୍ରୀଙ୍କ ପାଖରେ କୃଷି ଓ ଶକ୍ତି ବିଭାଗ ରହିଛି ।

 

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking