ନୂଆଦିଲ୍ଲୀ : ଋଷ୍-ୟୁକ୍ରେନ୍ ଯୁଦ୍ଧକୁ ନେଇ ଅନ୍ତରାଷ୍ଟ୍ରୀୟ କୋର୍ଟ କଡ଼ା ନିର୍ଦ୍ଦେଶ ଦେଇଛନ୍ତି । କୋର୍ଟଙ୍କ ନିଷ୍ପତ୍ତି ଉଭୟ ପକ୍ଷ ମାନିବାକୁ ବାଧ୍ୟ ବୋଲି କହିଲେ କୋର୍ଟ । ୟୁକ୍ରେନ୍ ବିପକ୍ଷରେ ତୁରନ୍ତ ଯୁଦ୍ଧ ବନ୍ଦ କରିବା ପାଇଁ ରୁଷିଆକୁ କଲେ ତାଗିଦ୍ । ରୁଷ୍ ସପକ୍ଷରେ କୌଣସି ରାଷ୍ଟ୍ର ସୈନ୍ୟ ପ୍ରେରଣ ନକରନ୍ତୁ ବୋଲି ମଧ୍ୟ କହିଲେ ଇଣ୍ଟର ନ୍ୟାସନାଲ କୋର୍ଟ ଅଫ୍ ଜଷ୍ଟିସ୍ । ୟୁକ୍ରେନ୍ ବିପକ୍ଷରେ ତୁରନ୍ତ ଯୁଦ୍ଧ ବନ୍ଦ କରିବା ପାଇଁ ରୁଷିଆକୁ ତାଗିଦ୍ ମଧ୍ୟ କରିଛନ୍ତି । ଏହାସହ ରୁଷ୍ ସପକ୍ଷରେ କୌଣସି ରାଷ୍ଟ୍ର ସୈନ୍ୟ ପ୍ରେରଣ ନକରନ୍ତୁ ବୋଲି ମଧ୍ୟ କହିଲେ ଇଣ୍ଟରନ୍ୟାସନାଲ କୋର୍ଟ ଅଫ୍ ଜଷ୍ଟିସ୍ । ଇଣ୍ଟରନ୍ୟାସନାଲ ଲ’ ଆଧାରରେ ଆଇସିଜେ ଏହି ନିର୍ଦ୍ଦେଶ ଦେଇଛନ୍ତି । ତେବେ ସାଧାରଣରେ ଏହାକୁ ଋଷ ବିରୋଧରେ ୟୁକ୍ରେନ୍ର ଏକ ବଡ଼ ବିଜୟ ବୋଲି କୁହାଯାଇ ପାରିବ ।