35.6 C
Bhubaneswar
Monday, August 3, 2026
Homeଓଡିଶାସଂପୂର୍ଣ୍ଣ ଘର ଭାଙ୍ଗିଥିଲେ ୧ ଲକ୍ଷ ୨୦ ହଜାର ଟଙ୍କା ମିଳିବ: ରାଜସ୍ୱ ମନ୍ତ୍ରୀ

ସଂପୂର୍ଣ୍ଣ ଘର ଭାଙ୍ଗିଥିଲେ ୧ ଲକ୍ଷ ୨୦ ହଜାର ଟଙ୍କା ମିଳିବ: ରାଜସ୍ୱ ମନ୍ତ୍ରୀ

ଭୁବନେଶ୍ୱର: ବନ୍ୟା କ୍ଷୟକ୍ଷତିର ଆକଳନ ଆରମ୍ଭ ହୋଇଯାଇଛି କହିଲେ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ । ସମ୍ପୁର୍ଣ୍ଣ ପାଣି ନିଷ୍କାସନ ହୋଇଥିବା ସ୍ଥାନରେ ଆକଳନ ଆରମ୍ଭ ହୋଇଛି । କୃଷି ଓ ରାଜସ୍ୱ ବିଭାଗ କର୍ମଚାରୀ କ୍ଷୟକ୍ଷତି ଆକଳନରେ ନିୟୋଜିତ କରାଯାଇଛି । ଓଡିଶାର ୨୨ଟି ଜିଲ୍ଲାର ୮୫ଟି ବ୍ଲକ କ୍ଷତିଗ୍ରସ୍ତ ହୋଇଛି । ମନ୍ତ୍ରୀଙ୍କ କହିବା ଅନୁସାରେ, ସଂପୂର୍ଣ୍ଣ ପାଣି ନିଷ୍କାସନ ହୋଇଥିବା ସ୍ଥାନରେ ଆକଳନ ଆରମ୍ଭ ହୋଇଛି । କୃଷି ଓ ରାଜସ୍ବ ବିଭାଗ କର୍ମଚାରୀ କ୍ଷୟକ୍ଷତି ଆକଳନରେ ନିୟୋଜିତ ହୋଇଛନ୍ତି । ସଂପୂର୍ଣ୍ଣ ଘର ଭାଙ୍ଗିଥିଲେ ୧ ଲକ୍ଷ ୨୦ ହଜାର ଟଙ୍କା ପର୍ଯ୍ୟନ୍ତ ମିଳିବ  । ଆଂଶିକ କଚ୍ଚା ଘର ଭାଙ୍ଗିଥିଲେ ୪ ହଜାର, କୁଡ଼ିଆ ଭାଙ୍ଗିଥିଲେ ୮ ହଜାର ମିଳିବ  । ସେହିପରି ଫସଲ ହାନୀ ପାଇଁ ହେକ୍ଟର ପିଛା ୮୫୦୦ ଟଙ୍କା ମିଳିବ । ମୋଟ୍ ୨୨ ଜିଲାର ୮୫ ବ୍ଲକ, ୧୪୫୮ ଗାଁ ପ୍ରଭାବିତ ହୋଇଛି । ୮ ଲକ୍ଷ ୬୩ ହଜାର ୯୦୯ ଜଣ ପ୍ରଭାବିତ ହୋଇଥିବା ନେଇ ରାଜସ୍ବ ମନ୍ତ୍ରୀ ସୂଚନା ଦେଇଛନ୍ତି ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking