28.1 C
Bhubaneswar
Thursday, September 10, 2026
Homeଓଡିଶାଲଘୁଚାପ ପ୍ରଭାବ: ୨ ଜିଲ୍ଲାକୁ ରେଡ୍ ଆଲର୍ଟ

ଲଘୁଚାପ ପ୍ରଭାବ: ୨ ଜିଲ୍ଲାକୁ ରେଡ୍ ଆଲର୍ଟ

ଭୁବନେଶ୍ବର: ଉତ୍ତର ବଙ୍ଗୋପସାଗର ଓ ସଂଲଗ୍ନ ବାଂଲାଦେଶ ଉପକୂଳରେ ସୃଷ୍ଟି ହୋଇଛି ଲଘୁଚାପ । ଏହା ସହ ଜଡ଼ିତ ଘୂର୍ଣ୍ଣିବଳୟ ସମୁଦ୍ର ପତନଠାରୁ ୯.୪ କିମି ପର୍ଯ୍ୟନ୍ତ ବ୍ୟାପିଥିବା ବେଳେ ଏହା ଦକ୍ଷିଣ ପଶ୍ଚିମ ଦିଗକୁ ଢଳି ରହିଛି । ତେଣୁ ଏହାର ପ୍ରଭାବରେ ଆଗାମୀ ଦୁଇଦିନ ବା ୪୮ ଘଣ୍ଟା ପର୍ଯ୍ୟନ୍ତ ଘଡ଼ଘଡ଼ି, ବିଜୁଳି ସହିତ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।ଯାହାକୁ ଦୃଷ୍ଟିରେ ରଖି ଆସନ୍ତା ୨୪ ଘଣ୍ଟା ପାଇଁ କଳାହାଣ୍ଡି ଓ କନ୍ଧମାଳକୁ ରେଡ୍ ଓ୍ବାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଏହି ଜିଲ୍ଲାରେ ଅତି ପ୍ରବଳ ବା ଭୀଷଣ ବର୍ଷା ସମ୍ଭାବନା ରହିଛି । ସେହିପରି କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ଗଞ୍ଜାମ ଓ ଗଜପତି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷାକୁ ନେଇ ଅରେଞ୍ଜ ଓ୍ବାର୍ଣ୍ଣିଂ ସହ ନୟାଗଡ଼, ପୁରୀ, ଖୋର୍ଦ୍ଧା, କଟକ, ଯାଜପୁର, କେନ୍ଦ୍ରାପଡ଼ା, ଭଦ୍ରକ, ଜଗତସିଂହପୁର, ବୌଦ୍ଧ, ବଲାଙ୍ଗୀର, ନୂଆପଡ଼ା, ମାଲକାନଗିରି, ବାଲେଶ୍ୱର, ମୟୂରଭଞ୍ଜ ଓ କେନ୍ଦୁଝର ଏହି ୧୫ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।ଏହା ସହ ଶୁକ୍ରବାର ପାଇଁ କଳାହାଣ୍ଡି, କୋରାପୁଟ ଓ ନବରଙ୍ଗପୁର ଜିଲ୍ଲାକୁ ପ୍ରବଳରୁ ଅତି ପ୍ରବଳ ନେଇ ନେଇ ଅରେଞ୍ଜ ଓ୍ବାର୍ଣ୍ଣିଂ ଜାରି କରାଯାଇଛି । ସେହିଭଳି ଗଜପତି, ଗଞ୍ଜାମ, କଳାହାଣ୍ଡି, ରାୟଗଡ଼ା, ମାଲକାନଗିରି, ନୟାଗଡ଼, ବଲାଙ୍ଗୀର ଜିଲ୍ଲାକୁ ବିଜୁଳି ଘଡ଼ଘଡ଼ି ବା ବ୍ରଜପାତ ପାଇଁ ଅରେଞ୍ଜ ଓ୍ବାର୍ଣ୍ଣିଂ ଜାରି ହୋଇଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking