29.1 C
Bhubaneswar
Saturday, April 27, 2024
Homeବ୍ରେକୀଙ୍ଗଦୁର୍ଗା ପୂଜାର ବିଶେଷତ୍ୱ

ଦୁର୍ଗା ପୂଜାର ବିଶେଷତ୍ୱ

ଭୁବନେଶ୍ୱର : ଦେବୀ ମାହାତ୍ମ୍ୟ’ ମତେ: ‘ଚଣ୍ଡୀ’ ଶୁଣି ରାଜ୍ୟଭ୍ରଷ୍ଟ ରାଜା ସୁରଥଙ୍କର ମୋହ ତୁଟିଯିବା ପରେ ସେ ଦୁର୍ଗାପୂଜାର ପରମ୍ପରା ସୃଷ୍ଟି କରିଥିଲେ । ଦେବୀପୀଠଗୁଡ଼ିକରେ ଆଶ୍ୱିନ ମାସ କୃଷ୍ଣପକ୍ଷ ଅଷ୍ଟମୀଠାରୁ ଶୁକ୍ଳପକ୍ଷ ନବମୀ ପର୍ଯ୍ୟନ୍ତ ଷୋଳଦିନ ବ୍ୟାପୀ ପୂଜା ଅନୁଷ୍ଠିତ ହୁଏ । ଏହାକୁ ଷୋଳପୂଜା କୁହାଯାଏ । ଶୁକ୍ଳପକ୍ଷ ସପ୍ତମୀ ଦିନ ମୃଣ୍ମୟୀ ପ୍ରତିମା ଓ ଘଟ ସ୍ଥାପିତ ହୁଏ । ଅଷ୍ଟମୀଦିନ ମହାଷ୍ଟମୀ ପୂଜା ଓ ବଳିଦାନ କରାଯାଏ । ‘ବଳି’ ଶବ୍ଦର ଅର୍ଥ ହେଉଛି ଉପହାର । ଜଗତଜନନୀଙ୍କୁ ସନ୍ତୁଷ୍ଟ କରିବା ପାଇଁ କିଛି ଉପହାର ଦେବାକୁ ପଡେ । ତେଣୁ ଦେବୀପୂଜାରେ ବଳିଦାନର ବ୍ୟବସ୍ଥା ରହିଅଛି । ନବମୀ ଦିନ ରକ୍ତମୁଖା ଦେବୀଙ୍କୁ ଶାନ୍ତ କରିବା ପାଇଁ ଶାନ୍ତି ବୋଦା ପଡେ । ଦଶମୀ ଦିନ ମହା ସମାରୋହରେ ମୃଣ୍ମୟୀ ଦେବୀ ପ୍ରତିମା ଓ ଘଟ ବିସର୍ଜନ କରାଯାଏ । ପୁରୀଠାରେ ଦଶହରା ପରଦିନ ଦୁର୍ଗାଙ୍କର କ୍ରୋଧାନ୍ୱିତା ଶକ୍ତି ‘ଗୋସାଣୀ ଯାତ’ ଏବଂ ଏହି ତିଥିକୁ ଗୋସାଣୀ ଏକାଦଶୀ କୁହାଯାଏ । ଶାରଦୀୟ ଦୁର୍ଗାପୂଜାରେ ମହାସ୍ନାନ ବଳି ଏବଂ ହୋମର ବ୍ୟବସ୍ଥା ଥିବାରୁ ଏହାକୁ ‘ମହାପୂଜା’ ମଧ୍ୟ କୁହାଯାଏ । ବିବିଧ କାରଣରୁ ଦଶହରା ପର୍ବ ପାଳନ କରାଯାଉଥିବାରୁ ଏହା ଏକ ମହାନ ପାର୍ବଣରେ ପରିଣତ ହୋଇଅଛି । ଏହି ପର୍ବର ମହତ୍ତ୍ୱ ବିଷୟରେ ଦେବୀ ପୁରାଣରେ କୁହାଯାଇଛି ଯେ ଏହା ଏକ ମହାନ, ପବିତ୍ର ବ୍ରତ ଏବଂ ଏହି ବ୍ରତ ପାଳନ କଲେ ସିଦ୍ଧି ଲାଭ ହୁଏ ଓ ଶତ୍ରୁମାନେ ପରାଜିତ ହୁଅନ୍ତି । କୁରୁକ୍ଷେତ୍ର ଯୁଦ୍ଧ ଆରମ୍ଭର ପୂର୍ବରୁ ଶ୍ରୀକୃଷ୍ଣ ପାଣ୍ଡବମାନଙ୍କୁ ବନଦୁର୍ଗାଙ୍କର ଆରାଧନା କରିବା ପାଇଁ ଉପଦେଶ ଦେଇଥିଲେ । ଇତିହାସ ପ୍ରସିଦ୍ଧ ଛତ୍ରପତି ଶିବାଜୀ ମଧ୍ୟ ମୋଗଲମାନଙ୍କ ସହ ଯୁଦ୍ଧ କରିବା ସମୟରେ ଦୁର୍ଗାଙ୍କର ଉପାସନା କରିଥିଲେ । ଦଶହରା ପର୍ବରେ ଦେବୀଙ୍କ ଶକ୍ତିର ପ୍ରତିଷ୍ଠା ପାଇଁ ଖଡ୍ ଗ ପୂଜା କରାଯାଏ I ଦଶହରା ଦିନ ଗୁରୁବାର ପଡ଼ିଲେ ଗୃହିଣୀମାନେ ପରିବାରର ମଙ୍ଗଳ ଲାଗି ସୁଦଶାବ୍ରତ ପାଳନ କରି ଗୃହଲକ୍ଷ୍ମୀଙ୍କ ପୂଜା କରନ୍ତି I ଭାଦ୍ରବ ମାସ ଶୁକ୍ଳ ଷଷ୍ଠୀଠାରୁ ଆରମ୍ଭ ହୋଇଥିବା ସୋମନାଥ ବ୍ରତର ଉଦ୍ ଯାପନ ପର୍ବ ମଧ୍ୟ ଦଶହରା ତିଥିରେ ପାଳିତ ହୁଏ । ପରମ- ଈଶ୍ୱରୀ ଦେବୀ ଦୁର୍ଗା ବିଶ୍ୱର ସକଳ ବସ୍ତୁରେ ପରିବ୍ୟାପ୍ତ । ସେ ମହାବିଦ୍ୟା, ମହାମାୟା ମହାଯୋଗେଶ୍ୱରୀ । ତାଙ୍କର ‘କ୍ଷର’ ବା ଶେଷ ନଥିବାରୁ ସେ ‘ଅକ୍ଷରା’ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking