30.1 C
Bhubaneswar
Thursday, April 25, 2024
Homeଓଡିଶା୨୩ ଜିଲ୍ଲାରେ କାଳବୈଶାଖୀ ଆଶଙ୍କା; ୟେଲୋଓ୍ଵାର୍ଣ୍ଣିଂ ଜାରି

୨୩ ଜିଲ୍ଲାରେ କାଳବୈଶାଖୀ ଆଶଙ୍କା; ୟେଲୋଓ୍ଵାର୍ଣ୍ଣିଂ ଜାରି

ଭୁବନେଶ୍ୱର: ରାଜ୍ୟରେ ମୌସୁମୀ ବର୍ଷାର ସମ୍ଭାବନା ନାହିଁ। କାରଣ ରାଜ୍ୟ ଉପର ଦେଇ ଯାଇଥିବା ମୌସୁମୀ ଟ୍ରଫ୍‌ ଲାଇନ୍‌ ବର୍ତ୍ତମାନ ଦୁର୍ବଳ ଅବସ୍ଥାରେ ଗତି କରୁଛି। ତବେ, ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୨୩ଟି ଜିଲ୍ଲାର ଅନେକ ସ୍ଥାନରେ ବିଜୁଳି, ଘଡ଼ଘଡ଼ି ଓ ବର୍ଷା, ପବନ ସହ କାଳବୈଶାଖୀ ହେବାର ସମ୍ଭାବନା ରହିଛି ବୋଲି କହିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ଆଗାମୀ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢ଼େଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡା, କୋରାପୁଟ, ମାଲକାନଗିରି, ବାଲେଶ୍ୱର, ଭଦ୍ରକ, ଯାଜପୁର ଓ ଗଜପତି ପ୍ରଭୃତି ୨୩ଟି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବିଜୁଳି, ଘଡ଼ଘଡ଼ି ଓ ବର୍ଷା, ପବନ ସହ କାଳବୈଶାଖୀ ହେବାର ସମ୍ଭାବନା ରହିଛି। କାଳବୈଶାଖୀ ସମୟରେ ବଜ୍ରପାତ ହେବାର ସମ୍ଭାବନା ରହିଥିବାରୁ କାଳବୈଶାଖୀ ସମୟରେ ପଦାକୁ ନ ବାହାରିବା ପାଇଁ ପରାମର୍ଶ ଦେବା ସହ ଏହି ୨୩ଟି ଜିଲ୍ଲାକୁ ୟେଲୋଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।

ଭୁବନେଶ୍ୱର ଓ କଟକ ଆଖପାଖ ଅଞ୍ଚଳର ଆକାଶ ଆଂଶିକ ମେଘୁଆ ରହିବା ସହ ଅପରାହ୍ନରେ ଭୁବନେଶ୍ୱରର କିଛି ସ୍ଥାନରେ ବଜ୍ରପାତ ସହ ହାଲୁକା ବର୍ଷା ଓ କଟକର କିଛି ସ୍ଥାନରେ ବଜ୍ରପାତ ସହ ହାଲୁକା ବର୍ଷା ହୋଇପାରେ। ସେହିପରି ଏହି ସମୟ ମଧ୍ୟରେ ଆଭ୍ୟନ୍ତରୀଣ ଓଡିଶାର ଜିଲ୍ଲାଗୁଡ଼ିକର କିଛି ସ୍ଥାନରେ ଏବଂ ଉପକୂଳ ଓଡିଶାର ଜିଲ୍ଲାଗୁଡ଼ିକର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking