26.1 C
Bhubaneswar
Tuesday, September 17, 2024
Homeଓଡିଶାଓଡ଼ିଶାରେ ୩୦ ଲକ୍ଷ ଲୋକଙ୍କୁ ମିଳିଛି ପକ୍କା ଘର : ରାଜନାଥ ସିଂ

ଓଡ଼ିଶାରେ ୩୦ ଲକ୍ଷ ଲୋକଙ୍କୁ ମିଳିଛି ପକ୍କା ଘର : ରାଜନାଥ ସିଂ

ଭୁବନେଶ୍ୱର: କଂଗ୍ରେସ ଲମ୍ବା ସମୟ ଧରି କେବଳ ଦେଶବାସୀଙ୍କୁ ଧୋକା ଦେଇଛି । ବିଶେଷ କରି ଗରିବ ଲୋକଙ୍କୁ କଂଗ୍ରେସ ଧୋକା ଦେଇଛି । ସେମାନଙ୍କ ସହ ବିଶ୍ୱାସଘାତକତା କରିଛି । ମୋଦୀ ଆସିବା ପରେ ୨୫ କୋଟି ଲୋକଙ୍କୁ ଗରିବୀରୁ ମୁକ୍ତ କରିଛନ୍ତି । ୧୧କୋଟି ଲୋକଙ୍କୁ ଶୌଚାଳୟ ଓ ୪ କୋଟି ଲୋକଙ୍କୁ ପକ୍କାଘର ମିଳିଛି । ଓଡ଼ିଶାରେ ୩୦ ଲକ୍ଷ ଲୋକଙ୍କୁ ପକ୍କା ଘର ମିଳିଛି । କଂଗ୍ରେସ ସରକାରରେ ୧୭ ବର୍ଷରେ ୧୮ ହଜାର କିମି ରାସ୍ତା ହୋଇଥିଲା । ଗତ ୧୦ ବର୍ଷରେ ମୋଦୀ ସରକାର ୩୦ ହଜାର କିମି ରାସ୍ତା କରିଛନ୍ତି । ଆୟୁଷ୍ମାନ ଭାରତ ଯୋଜନାରେ ଗରିବଙ୍କୁ ସ୍ୱାସ୍ଥ୍ୟ ସୁବିଧା ମିଳୁଛି । ଓଡ଼ିଶା ସହ ଆମ ସରକାର ଭେଦଭାବ କରିନି । ଏଠାରେ ମେଡିକାଲ କଲେଜ ଓ ଇଞ୍ଜିନିୟରିଂ କଲେଜ ବଢିଛି । ଜନତାଙ୍କ ସେବା କରିବା ଆମ ପ୍ରଧାନମନ୍ତ୍ରୀଙ୍କ ଏକମାତ୍ର ଉଦେ୍ଧଶ୍ୟ ବୋଲି ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ କହିଛନ୍ତି । ଗୁରୁବାର ଦିନିକିଆ ଓଡ଼ିଶା ଗସ୍ତ ଅବସରରେ ନବରଙ୍ଗଠାରେ ଅନୁଷ୍ଠିତ ଦଳୀୟ ସଭାରେ ଯୋଗଦେଇ ଉପସ୍ଥିତ ଜନତାଙ୍କୁ ଉଦବୋଧନ ଦେଇ ରାଜନାଥ ଏହା କହିଛନ୍ତି ।
ଏହାଛଡ଼ା ସେ କହିଛନ୍ତି ଯେ ଓଡ଼ିଶା ସହ ମୋର ଭାବନାତ୍ମକ ସମ୍ପର୍କ ରହିଛି । କଂଗ୍ରେସ ସରକାରବେଳେ ଭାରତ ସୁରକ୍ଷା ଯାତ୍ରା କରିଥିଲୁ । ଭାରତ ସୁରକ୍ଷା ଯାତ୍ରା ମୁଁ ଓଡ଼ିଶାରୁ ଆରମ୍ଭ କରିଥିଲି । ସେତେବେଳେ ଆତଙ୍କବାଦ, ନକ୍ସଲବାଦ ଓ ଆତଙ୍କ ସର୍ବତ୍ର ରହିଥିଲା । ଆଜି ଆତଙ୍କବାଦ କେଉଁଠି ରହିଛି, ଆପଣମାନେ ସମସ୍ତେ ଜାଣିଛନ୍ତି । ପୁଲୱମା ଘଟଣା ପରେ ମୁହଁତୋଡ଼ ଜବାବ ଦିଆଯାଇଛି । ଏବେ ନକ୍ସଲବାଦ କେବଳ କିଛି ଜିଲ୍ଲାରେ ସୀମିତ ରହିଛି । ନରେନ୍ଦ୍ର ମୋଦୀ ଦେଶର ପ୍ରଧାନମନ୍ତ୍ରୀ ହେବା ପରେ ସାରା ଦେଶର ଚିତ୍ର ବଦଳିଛି । ଓଡ଼ିଶାରେ ବି ଡବଲ ଇଞ୍ଜିନ ସରକାର ହେବା ଦରକାର ବୋଲି ରାଜନାଥ ସିଂ କହିଛନ୍ତି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking