27.1 C
Bhubaneswar
Friday, July 5, 2024
Homeଦେଶ ବିଦେଶସତସଙ୍ଗରେ ଦଳାଚକଟା ; ମୃତ୍ୟୁ ସଂଖ୍ୟା ଛୁଁଇଲା ୧୨୧

ସତସଙ୍ଗରେ ଦଳାଚକଟା ; ମୃତ୍ୟୁ ସଂଖ୍ୟା ଛୁଁଇଲା ୧୨୧

ନୂଆଦିଲ୍ଲୀ : ୟୁପି ହାଥରସରେ ବଡ଼ ଅଘଟଣ। ସିକନ୍ଦରାବାଦ ନିକଟ ଫୁଲେର ଗାଁରେ ସତସଙ୍ଗ ଚାଲିଥିଲା ବେଳେ ଦଳାଚକଟାରେ ୧୨୧ ଜଣଙ୍କ ମୃତ୍ୟୁ ହୋଇଛି ।ସକର ବିଶ୍ବହରି ବାବା ଓରଫ ଭୋଲେ ବାବାଙ୍କ ସତସଙ୍ଗ କାର୍ୟ୍ୟକ୍ରମରେ ଏଭଳି ଘଟଣା ଘଟିଛିା ମୃତକ ମାନଙ୍କ ମଧ୍ୟରେ ଅଧିକାଂଶ ମହିଳା ଓ ଶିଶୁ ରହିଥିବା ଜଣାପଡିଛି । ଆମ୍ବୁଲାନ୍ସ ଯୋଗେ ଆହତମାନଙ୍କୁ ମେଡିକାଲରେ ଭର୍ତ୍ତି କରାଯାଉଥିବା ବେଳେ ଆଗକୁ ମୃତ୍ୟୁ ସଂଖ୍ୟା ବଢିବା ନେଇ ଆଶଙ୍କା କରାଯାଉଛି । ଫୁଲେର ଗାଁରେ ଭୋଲେ ବାବାଙ୍କ ସତସଙ୍ଗ ଚାଲିଥିଲା । ପ୍ରବଚନ ଶୁଣିବାକୁ ଅସମ୍ଭାଳ ଭିଡ଼ ହୋଇଥିଲା । ଭୋଲେ ବାବା ପ୍ରବଚନ ଦେଇ କାର୍ୟ୍ୟକ୍ରମସ୍ଥଳ ଛାଡିବା ପରେ ଶ୍ରଦ୍ଧାଳୁଙ୍କୁ ଛାଡିଥିଲେ ଆୟୋଜକ କମିଟି । ଫଳରେ ପ୍ରବଳ ଗରମ ଓ ଗୁଳୁଗୁଳିରେ ଅତିଷ୍ଠ ହୋଇପଡିଥିବା ଶ୍ରଦ୍ଧାଳୁ ଶୀଘ୍ର ଟେଣ୍ଟରୁ ବାହାରିବାକୁ ଉଦ୍ୟମ କରିବାରୁ ଦଳଚକଟା ପରିସ୍ଥିତି ସୃଷ୍ଟି ହୋଇଥିବା ଜଣାପଡିଛି ।ସେପଟେ ଦଳାଚକଟା ଘଟଣାକୁ ନେଇ ୟୁପି ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଏନେଇ ଦୁଃଖ ପ୍ରକାଶ କରିବା ସହ ମୃତକଙ୍କ ପାଇଁ ଦୁଇ ଲକ୍ଷ ଓ ଆହତ ମାନଙ୍କ ପାଇଁ ପଚାଶ ହଜାର ଲେଖାଁଏ ସହାୟତା ରାଶି ଘୋଷଣା କରିଛନ୍ତି । ସେପଟେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଧ୍ୟ ଏହି ବଡ଼ ଅଘଟଣକୁ ନେଇ ସୋସିଆଲ ମିଡ଼ିଆ ଏକ୍ସ ଆକାଉଣ୍ଟରେ ଦୁଃଖ ପ୍ରକାଶ କରିଥିବା ବେଳେ ସଂସଦରେ ନିଜ ଅଭିଭାଷଣ ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସମବେଦନା ପ୍ରକାଶ କରିଛନ୍ତିା

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking