34.1 C
Bhubaneswar
Friday, September 20, 2024
Homeଓଡିଶାନାବାଳିକା ଦୁଷ୍କର୍ମ ମାମଲାରେ ଅଭିଯୁକ୍ତକୁ ୨୦ ବର୍ଷ ଜେଲ

ନାବାଳିକା ଦୁଷ୍କର୍ମ ମାମଲାରେ ଅଭିଯୁକ୍ତକୁ ୨୦ ବର୍ଷ ଜେଲ

ଭଦ୍ରକ: ନାବାଳିକା ଯୌନ ନିର୍ଯାତନା ମାମଲାରେ ଭଦ୍ରକ ସ୍ୱତନ୍ତ୍ର ଫାଷ୍ଟ ଟ୍ରାକ କୋର୍ଟ ଦୁଷ୍କର୍ମକାରୀକୁ ୨୦ବର୍ଷ ସଶ୍ରମ କାରାଦଣ୍ଡ ଓ ୨୦ ହଜାର ଟଙ୍କା ଜରିମାନା ଆଦେଶ ଦେଇଛନ୍ତି। ଜରିମାନା ଅନାଦେୟ ପୁନଶ୍ଚ ୬ ମାସ କାରାଦଣ୍ଡ ଭୋଗିବା ପାଇଁ ମଧ୍ୟ ନିର୍ଦ୍ଦେଶ ଦେଇଛନ୍ତି। ମାମଲାର ବିବରଣୀରୁ ଜଣାଯାଏ ୨୦୨୨ ମସିହା ଜାନୁଆରି ମାସ ୧୩ ତାରିଖ ସନ୍ଧ୍ୟା ସମୟରେ ଧାମନଗର ଥାନା ଭଗିବିନ୍ଧା ଗ୍ରାମର ଜନୈକ ନାବାଳିକାକୁ ସେହି ଗ୍ରାମର ମୋହନ କୁଣ୍ଡୁ (୩୪ ବର୍ଷ) କୁରକୁରେ ଓ ଚକଲେଟ ଦେଇ ରେବ ନଦୀ କୂଳକୁ ନେଇ ଦୁଷ୍କର୍ମ କରିଥିଲା। ଏ କଥା କାହାରିକୁ କହିଲେ ଜୀବନରୁ ମାରି ଶେଷ କରିଦେବାକୁ ଧମକ ଦେଇଥିଲା। ବିଳମ୍ବିତ ରାତିରେ ନାବାଳିକା ଜଣଙ୍କ କାନ୍ଦିକାନ୍ଦି ନିଜ ମା’ ପାଖରେ ସମସ୍ତ ବିଷୟ କହିଥିଲା। ତା ପରଦିନ ପୀଡ଼ିତାର ମା’ ଏ ବିଷୟରେ ଧାମନଗର ଥାନାରେ ଲିଖିତ ଏତଲା ଦେଇଥିଲେ। ଏତଲାକୁ ଭିତ୍ତିକରି ଧାମନଗର ଥାନା ଏକ ମାମଲା ରୁଜୁ କରି ଅଭିଯୁକ୍ତକୁ ସେହିମାସ ୧୫ ତାରିଖରେ ଗିରଫ କରି କୋର୍ଟ ଚାଲାଣ କରିଥିଲା।ତେବେ ମୋହନ କୁମାର ବିଚାରାଧୀନ ବନ୍ଦୀ ଭାବେ ଅଦ୍ୟାବଧି ଜେଲରେ ଥିବା ‌ବେଳେ ଏହି ରାୟ ପ୍ରକାଶ ପାଇଛି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking