31.1 C
Bhubaneswar
Monday, October 21, 2024
Homeଓଡିଶାଆସନ୍ତା ୨୪ ଘଣ୍ଟାରେ ଲଘୁଚାପ, ୧୫ରୁ ରାଜ୍ୟରେ ବର୍ଷା ସମ୍ଭାବନା

ଆସନ୍ତା ୨୪ ଘଣ୍ଟାରେ ଲଘୁଚାପ, ୧୫ରୁ ରାଜ୍ୟରେ ବର୍ଷା ସମ୍ଭାବନା

ଭୁବନେଶ୍ୱର:  ଦକ୍ଷିଣ ଆଣ୍ଡାମାନ ସାଗର ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହାର ପ୍ରଭାବରେ ୨୪ ଘଣ୍ଟା ମଧ୍ୟରେ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ୧୬ ତାରିଖ ବେଳକୁଏହା  ଆହୁରି ଘନୀଭୂତ ହୋଇ ଅବପାତରେ ପରିଣତ ବେହାର ସମ୍ଭାବନା ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ର ପକ୍ଷରୁ କୁହାଯାଇଛି ।

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଲଘୁଚାପର ସ୍ପଷ୍ଟ ଚିତ୍ର ଓ ଏହାର ଗତିପଥ ଜଣାପଡ଼ିବ ।  ତେବେ ଏହାର ପ୍ରଭାବରେ ୧୫ ତାରିଖ ଠାରୁ ୧୮ ତାରଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷାର ସମ୍ଭାବନା ରହିଛି ।  ବିଶେଷ କରି ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଞ୍ଜାମ, ଗଜପତି ସମେତ ଉପକୂଳବର୍ତ୍ତୀ ଜିଲ୍ଲା ଗୁଡ଼ିକରେ ହାଲୁକାରୁ ମଧ୍ୟମ ବର୍ଷା ହେବାର ଆକଳନ କରିଛି ପାଣିପାଗ ବିଭାଗ । ୧୬ ତାରଖ ଠାରୁ ରାଜ୍ୟରେ ବର୍ଷାର ପରିମାଣ  ବଢ଼ିବା ସହ ଉପକୂଳବର୍ତ୍ତୀ ଅଞ୍ଚଳରେ ସମୁଦ୍ର ଅଶାନ୍ତ ରହିବ ।

ଅପରପକ୍ଷେ ରାଜ୍ୟରେ ପାହାନ୍ତିଆ ଓ ସନ୍ଧ୍ୟା ସମୟରେ ରାଜ୍ୟରେ ଶୀତ ଅନୁଭୂତ ହେଉଛି ।  ଏହା ସହ ପାହାନ୍ତିଆରେ ମଧ୍ୟ କୁହୁଡ଼ି ଦେଖିବାକୁ ମିଳୁଛି । ଦାରିଙ୍ଗିବାଡ଼ିରେ ଅଧିକ ଶୀତ ଅନୁଭୂତ ହେଉଛି । ୧୬ ପରେ ଅଧିକ ଶୀତ ଅନୁଭୁତ ହେବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ଜଣାପଡିଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking