33.1 C
Bhubaneswar
Friday, April 26, 2024
Homeଓଡିଶାଆସନ୍ତା ୨୪ ଘଣ୍ଟା ମଧ୍ୟରେ ଲଘୁଚାପ ରୂପ ନେବ ଘୂର୍ଣ୍ଣିବଳୟ, ୧୦ ତାରିଖ ଯାଏଁ ତାଣ୍ଡବ...

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଲଘୁଚାପ ରୂପ ନେବ ଘୂର୍ଣ୍ଣିବଳୟ, ୧୦ ତାରିଖ ଯାଏଁ ତାଣ୍ଡବ ଜାରି ରଖିବ ବର୍ଷା

ଭୁବନେଶ୍ୱର : ରାଜ୍ୟରେ  ଆଗାମୀ ୧୦ ତାରିଖ ପର୍ଯ୍ୟନ୍ତ ବର୍ଷାର ତାଣ୍ଡବ ଜାରି ରହିବ ବୋଲି ପାଣିପାଗ ବିଭାଗ ସୂଚନା ଦେବା ପରେ ଲୋକମାନେ ଛାନିଆ ହୋଇପଡ଼ିଛନ୍ତି । ଏପରିକି ଓଡ଼ିଶାର କେତେକ ଅଞ୍ଚଳରେ ବର୍ଷା ପ୍ରଭାବରେ ଭୂସ୍ଖଳନ ହେବାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି । ଏଥିନେଇ ୧୭ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

୧୭ ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ଏହି ଜିଲ୍ଲାଗୁଡ଼ିକ ହେଲା ମାଲକାନାଗିରି, କୋରାପୁଟ, ରାୟଗଡ଼ା, ଗଜପତି, କନ୍ଧମାଳ, ଗଞ୍ଜାମ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ବୌଦ୍ଧ, ସୋନପୁର, ବରଗଡ଼, ଅନୁଗୋଳ, ଢେଙ୍କାନାଳ, କଟକ, ଜଗତସିଂହପୁର ଓ କେନ୍ଦ୍ରାପଡ଼ା ।

ପାଣିପାଗ ବିଭାଗ ପକ୍ଷରୁ ମିଳିଥିବା ସୂଚନାନୁଯାୟୀ, ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହାର ପାଶ୍ୱର୍ବର୍ତ୍ତୀ ଆନ୍ଧ୍ର ଉପକୂଳରେ ସକ୍ରିୟ ଘୂର୍ଣ୍ଣିବଳୟ ଘନୀଭୂତ ହୋଇ ୨୪ ଘଣ୍ଟାରେ ଲଘୁଚାପର ରୂପ ନେବ । ଏହା ପରବର୍ତ୍ତୀ ୨୪ ଘଣ୍ଟାରେ ଅଧିକ ଘନୀଭୂତ ହେବ । ରବିବାର ଠାରୁ ରାଜ୍ୟରେ ବର୍ଷାର ପରିମାଣ ବଢ଼ିବ ବୋଲି ପାଣିାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

 

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking