30.1 C
Bhubaneswar
Saturday, May 4, 2024
Homeଓଡିଶାଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହି ୧୧ ଜିଲ୍ଲାରେ ହେବ କାଳବୈଶାଖୀ

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହି ୧୧ ଜିଲ୍ଲାରେ ହେବ କାଳବୈଶାଖୀ

ଭୁବନେଶ୍ୱର: ସଂପ୍ରତି ରାଜ୍ୟ ଉପର ଦେଇ ପୂର୍ବ ବିଦର୍ଭରୁ ଉତ୍ତର ଆଭ୍ୟନ୍ତରୀଣ ତାମିଲନାଡ଼ୁ ପର୍ଯ୍ୟନ୍ତ ଲଘୁଚାପ/ପବନ ପ୍ରବାହିତ ହେଉଛି। ଅନ୍ୟପକ୍ଷରେ ଦକ୍ଷିଣ ଛତିଶଗଡ଼ ଓ ଏହାର ଆଖପାଖ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଦୁର୍ବଳ ହୋଇଛି। ରାଜ୍ୟର ବିଭିନ୍ନ ଜିଲ୍ଲାରେ ଗତ ଦୁଇଦିନ ଧରି କାଳବେଶାଖୀ ବର୍ଷା ଜାରି ରହିଥିବା ବେଳେ କିଛି ସ୍ଥାନରେ କୁଆପଥର ବର୍ଷା ହୋଇଯାଇଛି। ତେବେ ଏହାର ପ୍ରଭାବରେ ରାଜ୍ୟର ଅଧିକାଂଶ ଜିଲ୍ଲାରେ ଆସନ୍ତା ମଇ ୬ ତାରିଖ ଯାଏ କାଳବେଶାଖୀ ଜନିତ ବର୍ଷା ଓ କୁଆପଥର ବର୍ଷା ଜାରି ରହିବ।ଏହି ପରିପ୍ରେକ୍ଷୀରେ ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ କେନ୍ଦ୍ର ପକ୍ଷରୁ ଜାରି ଏକ ସତର୍କ ସୂଚନାରେ କୁହାଯାଇଛି ଯେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍‌ ମଇ ୨ ତାରିଖ ମଙ୍ଗଳବାର ଅପରାହ୍ଣ ସୁଦ୍ଧା ରାଜ୍ୟର ଅଧିକାଂଶ ଜିଲ୍ଲାରେ ୪୦ରୁ ୫୦ କିମି ବେଗରେ ପବନ ବହିବା ସହ ଝଡ଼ବର୍ଷା ହେବା ସହ କିଛି ସ୍ଥାନରେ କୁଆପଥର ବର୍ଷା ମଧ୍ୟ ହେବାର ସମ୍ଭାବନା ରହିଛି।

ଅରେଞ୍ଜ ୱାର୍ଣ୍ଣିଂ:– ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଘଡ଼ଘଡ଼ି ସହ ବଜ୍ରପାତ, ଘଣ୍ଟା ପ୍ରତି ୩୦ ରୁ ୪୦ କିଲୋମିଟର ବେଗରେ ପବନ ବହିବା ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ବଜ୍ରପାତରୁ ରକ୍ଷା ପାଇବା ପାଇଁ ବଜ୍ରପାତ ସମୟରେ ପାଣିପାଗ ଉପରେ ନଜର ରଖିବା ସହ ସୁରକ୍ଷିତ ସ୍ଥାନରେ ଆଶ୍ରୟ ନେବାକୁ ଲୋକଙ୍କୁ ପରାମର୍ଶ ଦିଆଯାଇଛି।

ୟେଲୋଓ୍ଵାର୍ଣ୍ଣିଂ: ଅନୁଗୁଳ, ମୟୂରଭଞ୍ଜ, କେନ୍ଦୁଝର, ଦେବଗଡ଼, ବାଲେଶ୍ୱର, ଭଦ୍ରକ, ଯାଜପୁର ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଘଣ୍ଟା ପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହିଛି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking