30.1 C
Bhubaneswar
Tuesday, February 10, 2026
Homeଓଡିଶାଆସନ୍ତା ୩୬ ଘଣ୍ଟା ମଧ୍ୟରେ ଅବପାତର ରୂପ ନେବ ଲଘୁଚାପ, ରାଜ୍ୟରେ ୨ଦିନ ପ୍ରବଳ ବର୍ଷା

ଆସନ୍ତା ୩୬ ଘଣ୍ଟା ମଧ୍ୟରେ ଅବପାତର ରୂପ ନେବ ଲଘୁଚାପ, ରାଜ୍ୟରେ ୨ଦିନ ପ୍ରବଳ ବର୍ଷା

ଭୁବନେଶ୍ୱର : ବଙ୍ଗୋପ ସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ସୁଦୃଶ୍ୟ ଲଘୁଚାପ କ୍ଷେତ୍ରରେ ପରିଣତ ହେଲା । ଏହା ଏବେ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରୁଛି । ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରି ଉତ୍ତର ଆନ୍ଧ୍ରପ୍ରଦେଶ ଓ ସଂଲଗ୍ନ ଦକ୍ଷିଣ ଓଡ଼ିଶା ଉପକୂଳ ମୁହାଁ ହେବ । ଆସନ୍ତା ୩୬ ଘଣ୍ଟା ମଧ୍ୟରେ ଏହା ଅବପାତର ରୂପ ନେବ । ଏହାର ପ୍ରଭାବରେ ଆଜି ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ।

ଆଜି ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ୩ଜିଲ୍ଲା ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରିକୁ ଅରେଞ୍ଜ ୱାର୍ଣ୍ଣିଂ ଦିଆଯାଇଛି । ସେହିପରି ପ୍ରବଳ ବର୍ଷା ପାଇଁ ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି । ଆସନ୍ତାକାଲି ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ଦକ୍ଷିଣ ଓଡ଼ିଶାର ୫ ଜିଲ୍ଲା ଗଜପତି, ମାଲକାନଗିରି, କୋରାପୁଟ, ରାୟଗଡ଼ା ଓ ନବରଙ୍ଗପୁରକୁ ଅରେଞ୍ଜ ୱାର୍ଣ୍ଣିଂ ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ସେହିପରି ପ୍ରବଳ ବର୍ଷା ସମ୍ଭାବନା ଥିବା ୫ ଜିଲ୍ଲାନୂଆପଡ଼ା, କଳାହାଣ୍ଡି, ବଲାଙ୍ଗୀର, କନ୍ଧମାଳ ଓ ଗଞ୍ଜାମକୁ ରହିଛି ୟେଲୋ ଆଲର୍ଟ । ରାଜ୍ୟରେ ୨ଦିନ ପ୍ରବଳ ବର୍ଷା ନେଇ ଜିଲ୍ଲାପାଳଙ୍କୁ ସତର୍କ କରିଛନ୍ତି ସ୍ବତନ୍ତ୍ର ରିଲିଫ କମିସନର । ସ୍ଥିତିର ମୁକାବିଲା ପାଇଁ ସମସ୍ତ ପଦକ୍ଷେପ ଗ୍ରହଣ କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ସମୁଦ୍ର ଅଶାନ୍ତ ରହୁଥିବାରୁ ୧ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମଧ୍ୟକୁ ଯିବାକୁ ବାରଣ କରାଯାଇଛି ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking