30.1 C
Bhubaneswar
Friday, April 26, 2024
Homeମକରସଂକ୍ରାନ୍ତିଭାରତ ସମେତ ଏହି ଦେଶରେ ପାଳନ କରାଯାଏ ମକର ସଂକ୍ରାନ୍ତି

ଭାରତ ସମେତ ଏହି ଦେଶରେ ପାଳନ କରାଯାଏ ମକର ସଂକ୍ରାନ୍ତି

ଭୁବନେଶ୍ୱର: ମକର ସଂକ୍ରାନ୍ତି ଏକ ସର୍ବ ଭାରତୀୟ ପର୍ବ । ଏହି ପର୍ବକୁ ସମସ୍ତେ ଉତ୍ସାହର ସହିତ ପାଳନ କରନ୍ତି । ଭାରତ ବାହାରେ ରୋମାନ ଓ ଇହୁଦୀମାନେ ମଧ୍ୟ ଏହିପର୍ବ ପାଳନ କରନ୍ତି । ଭାରତର ବିଭିନ୍ନ ଅଞ୍ଚଳ ଅପେକ୍ଷା ଦକ୍ଷିଣ ଭାରତରେ ଏହା ସବୁଠାରୁ ବଡ଼ ପର୍ବ । ଦକ୍ଷିଣରେ ଏହାକୁ ପୋଙ୍ଗଲ ବୋଲି କହନ୍ତି । ମକର ସଂକ୍ରାନ୍ତି ଦିନ ସୂର୍ଯ୍ୟ ମକର ରାଶିରେ ପ୍ରବେଶ କରିଥାନ୍ତି । ସୌର ଗଣନା ଅନୁସାରେ ମକର ସଂକ୍ରାନ୍ତିକୁ ମକର ମାସର ପ୍ରଥମ ଦିନ ହିସାବରେ ଗ୍ରହଣ କରାଯାଏ । ସଂକ୍ରାନ୍ତି ହେଉଛି ସୂର୍ଯ୍ୟଙ୍କର ସଂକ୍ରମଣ ବା ଗୋଟିଏ ରାଶିରୁ ଅନ୍ୟ ରାଶିକୁ ଚଳନ କରିବାର ଦିନ । ମକର ସଂକ୍ରାନ୍ତି ଦିନ ସୂର୍ଯ୍ୟ ଧନୁ ରାଶିରୁ ମକର ରାଶିକୁ କ୍ରମଶଃ ଗମନ କରନ୍ତି । ଏହି ଦିନଠାରୁ ସୂର୍ଯଙ୍କର ଉତ୍ତରାୟଣ ଗତି ଆରମ୍ଭ ହୋଇଥାଏ ।

ପ୍ରତି ସଂକ୍ରାନ୍ତିରେ ସୂର୍ଯ୍ୟ ଗୋଟିଏ ଲେଖାଏଁ ରାଶିକୁ ଗମନ କରି ସେଥିରେ ଏକ ମାସ ଅବସ୍ଥାନ କରନ୍ତି । ମକର ସଂକ୍ରାନ୍ତି ଦିନ ସୂର୍ଯ୍ୟ ଉତ୍ତରାୟଣ ହୋଇ ମକର ରାଶିକୁ ଆସନ୍ତି । ଏହି ଦିନ ସୂର୍ଯ୍ୟ ଉତ୍ତରଦିଗକୁ ଯାତ୍ରା କରି ଛଅ ମାସ ଅବସ୍ଥାନ କରୁଥିବାରୁ ବିବାହ, ବ୍ରତ, ଯଜ୍ଞାନୁଷ୍ଠାନ,ଗୃହ, ଦେବାଳୟ ପ୍ରତିଷ୍ଠା ଆଦି ସମସ୍ତ ଶୁଭକର୍ମ ଅନୁଷ୍ଠିତ ହୁଏ । ଏହି ସମୟରେ ଅଭୀଷ୍ଟ ସିଦ୍ଧି ପାଇଁ ସୂଯ୍ୟ ଉପାସନ କରାଯାଏ । ଓଡ଼ିଆ ପ୍ରବାଦ ଅନୁଯାୟୀ ‘ମକରଠାରୁ ଦିନ ବକର ହୁଏ’, ଅର୍ଥାତ ଏହି ଦିନଠାରୁ ଦିନ କ୍ରମଶଃ ବଡ଼ ହୁଏ । ସୂର୍ଯ୍ୟଙ୍କର ତେଜ ମଧ୍ୟ ଏହି ଦିନଠାରୁ ପ୍ରଖର ହୁଏ । ଦେବୀ ସଂକ୍ରାନ୍ତି ଏହି ତିଥିରେ ଶଙ୍କରାସୁରକୁ ବଧ କରିଥିଲେ । ସୂର୍ଯ୍ୟଙ୍କର ଉତ୍ତରାୟଣ ଗତି ସମୟରେ ଯେଉଁମାନଙ୍କର ପରଲୋକ ହୁଏ, ସେମାନଙ୍କୁ ସ୍ୱର୍ଗଲୋକ ପ୍ରାପ୍ତ ହୁଏ ବୋଲି ହିନ୍ଦୁମାନେ ବିଶ୍ୱାସ କରନ୍ତି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking