30.1 C
Bhubaneswar
Thursday, April 25, 2024
Homeକରୋନାଆକ୍ଟିଭ କେସ: ଟପ ଟେନରେ ଓଡିଶା

ଆକ୍ଟିଭ କେସ: ଟପ ଟେନରେ ଓଡିଶା

ନୂଆଦିଲ୍ଲୀ: ଦେଶରେ କରୋନା ସ୍ଥିତି ନେଇ ସ୍ୱାସ୍ଥ୍ୟ ମନ୍ତ୍ରାଳୟ ସାମ୍ବାଦିକ ସମ୍ମିଳନୀ କରି କହିଛି ଯେ, ଶ୍ରେଷ୍ଠ ୧୦ଟି ଆକ୍ଟିଭ କେସ ରାଜ୍ୟ ମଧ୍ୟରେ ଓଡିଶା ରହିଛି । ମହାରାଷ୍ଟ୍ରରେ ସର୍ବାଧିକ ଆକ୍ଟିଭ ସଂକ୍ରମିତ ରହିଛନ୍ତି । ଟପ ଟେନରେ ମହାରାଷ୍ଟ୍ର ସହ କର୍ଣ୍ଣାଟକ, ତାମିଲନାଡୁ, କେରଳ, ପଶ୍ଚିମବଙ୍ଗ, ୟୁପି, ଗୁଜୁରାଟ, ଓଡିଶା, ଦିଲ୍ଲୀ, ରାଜସ୍ଥାନ ଟପ ୧୦ରେ ରହିଛନ୍ତି ।

ସୂଚନାଯୋଗ୍ୟ , ବେଶ୍‌ କିଛି ଦିନ ଧରି ଦେଶରେ କରୋନାଭାଇରସ୍‌ଜନିତ ମହାମାରୀ ଦ୍ରୁତ ବେଗରେ ବିସ୍ତାରିତ ହେବା ସହ ଦୀର୍ଘ ୮ ମାସ ପରେ ଆଜି ସଂକ୍ରମଣ ସଂଖ୍ୟା ୩ ଲକ୍ଷ ଟପିଯାଇଛି।କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୩,୧୭,୫୩୨ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୪୯୧ ମୃତ୍ୟୁ ରେକର୍ଡ କରାଯାଇଛି। ଗତକାଲି ଠାରୁ ଆଜିର ସଂକ୍ରମଣ ସଂଖ୍ୟା ୩୪,୫୬୨ ଅଧିକ ରହିଛି।

୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩,୮୨,୧୮,୭୭୩ରେ ପହଞ୍ଚିଛି।ଗତ ୨୪ ଘଣ୍ଟାରେ ହୋଇଥିବା ୪୯୧ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୪,୮୭,୬୯୩ରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୨,୨୩,୯୯୦ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୩,୫୮,୦୭,୦୨୯।ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୧୯,୨୪,୦୫୧।

ସେହିପରି, ଦେଶରେ ସମୁଦାୟ ‘ଓମିକ୍ରନ୍‌’ ସଂକ୍ରମଣ ସଂଖ୍ୟା ମଧ୍ୟ ୯,୨୮୭ରେ ପହଞ୍ଚିଛି। ଗତକାଲି ଠାରୁ ଓମିକ୍ରନ୍‌ ସଂକ୍ରମଣ ୩.୬୩% ବୃଦ୍ଧି ପାଇଛି। ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧,୫୯,୬୭,୫୫,୮୭୯ ହିତାଧିକାରୀଙ୍କୁ ଟିକା ଦିଆଯାଇଛି। ‘ଆଇସିଏମ୍‌ଆର୍‌’ ରିପୋର୍ଟ ଅନୁସାରେ, କୋଭିଡ୍‌-୧୯ ନିଦାନ ଲାଗି ଗତକାଲି ସୁଦ୍ଧା ସମୁଦାୟ ୭୦,୯୩,୫୬,୮୩୦ଟି ନମୁନା ପରୀକ୍ଷା କରାଯାଇଛି। ଗତକାଲି ପରୀକ୍ଷା କରାଯାଇଛି ୧୯,୩୫,୧୮୦ଟି ନମୁନା। ଦୈନିକ ପଜିଟିଭିଟି ହାର ରହିଛି ୧୬.୪୧%।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking