30.1 C
Bhubaneswar
Tuesday, October 1, 2024
Homeଓଡିଶାଲୁହା କଡ଼େଇରେ ମହାପ୍ରସାଦ ରନ୍ଧାଯିବା ଘଟଣା, ୩ ସୁପକାର ନିଲମ୍ବିତ

ଲୁହା କଡ଼େଇରେ ମହାପ୍ରସାଦ ରନ୍ଧାଯିବା ଘଟଣା, ୩ ସୁପକାର ନିଲମ୍ବିତ

ପୁରୀ: ଶ୍ରୀମନ୍ଦିର ରୋଷଶାଳା ମଧ୍ୟରେ ଲୁହା କଡ଼େଇ ବ୍ୟବହାର ଘଟଣା । ତିନି ଜଣ ସୁପକାରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି ଶ୍ରୀମନ୍ଦିର ପ୍ରଶାସନ । ତିନି ଜଣ ସୁପକାରଙ୍କ ଶ୍ରୀମନ୍ଦିର ପରିସର କିମ୍ବା ଶ୍ରୀମନ୍ଦିର ରୋଷଘରେ ପ୍ରବେଶ ନିଷିଦ୍ଧ କରାଯାଇଛି । ତିନି ସୁପକାରଙ୍କ ମଧ୍ୟରୁ ଜଣେ ପାଳିଆ ସେବକଙ୍କୁ ମହାପ୍ରଭୁଙ୍କ ସେବାପୂଜାରୁ ମଧ୍ୟ ନିଲମ୍ବିତ କରାଯାଇଛି । ଶ୍ରୀଜଗନ୍ନାଥ ମନ୍ଦିର ଆଇନ ୧୯୫୫ର ୨୧ – ଖ (କ) ଧାରା ଅନୁସାରେ ଏହି ନିଲମ୍ବନ ଆଦେଶ ଜାରି କରାଯାଇଛି । ମହାପ୍ରଭୁଙ୍କ ସେବାପୂଜାରେ କୌଣସି ପରମ୍ପରା ବହିର୍ଭୂତ କାର୍ଯ୍ୟ ତଥା ବିଶୃଙ୍ଖଳାକୁ ବରଦାସ୍ତ କରାଯିବ ନାହିଁ ବୋଲି ମୁଖ୍ୟ ପ୍ରଶାସକ ଡ.ଅରବିନ୍ଦ ପାଢୀ କହିଛନ୍ତି ।

ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଏକ ପ୍ରେସ ରିଲିଜରେ ଏହି ସୂଚନା ଦିଆଯାଇଛି । ତ୧୨ ସେପ୍ଟେମ୍ବରରେ ଶ୍ରୀମନ୍ଦିର ରୋଷଘରେ ଅନ୍ନ ରନ୍ଧନରେ ଲୁହା କଡ଼େଇ ବ୍ୟବହାର ନେଇ ଅଭିଯୋଗ ଆସିଥିଲା । ଏହାର ତଦନ୍ତ ସହ କଡ଼େଇ ଜବତ ନିର୍ଦ୍ଦେଶ ଦେଇଥିଲେ ମୁଖ୍ୟ ପ୍ରଶାସକ । ସୁଆର ମହାସୁଆର ନିଯୋଗ, ବିଡ଼ୁଆ ପନ୍ତି ବଡୁ ନିଯୋଗ, ରୋଷପାଇକ ନିଯୋଗର ସମ୍ପାଦକ ଏବଂ ରୋଷ ଅମୀନ ତୁରନ୍ତ ରୋଷଶାଳା ପରିଦର୍ଶନ କରି ଏହାକୁ ନିବାରଣ କରିବା ସହ କଡ଼େଇ ଜବତ କରି ରିପୋର୍ଟ ଦାଖଲ କରିବାକୁ କୁହାଯାଇଥିଲା । ସେହିପରି ପାଟ୍ଟଯୋଶୀ ମହାପାତ୍ର, ତଳିଚ୍ଛ ମହାପାତ୍ର ଏବଂ ଦେଉଳକରଣ ପ୍ରତିଦିନ ରୋଷଶାଳା ତନଖି କରି ଲୁହା କଡ଼େଇ ଜବତ କରିବାକୁ ମଧ୍ୟ ଜଣାଇ ଦିଆଯାଇଥିଲା । ଏହି ସମ୍ପୃକ୍ତ ସେବକଙ୍କ ଦ୍ୱାରା କଡ଼େଇ ଜବତ କାର୍ଯ୍ୟ ସମ୍ପାଦନ କରି କାର୍ଯ୍ୟକାରିତା ରିପୋର୍ଟ ଦାଖଲ କରିବାକୁ ଶ୍ରୀମନ୍ଦିର କମାଣ୍ଡର, ବରିଷ୍ଠ ସୁପରଭାଇଜରଙ୍କୁ ନିର୍ଦ୍ଦେଶ ଦେଇଥିଲେ ମୁଖ୍ୟ ପ୍ରଶାସକ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking