19.1 C
Bhubaneswar
Friday, November 22, 2024
Homeଓଡିଶାସମ୍ବଲପୁରରେ ଅନିର୍ଦ୍ଦିଷ୍ଟ କାଳ ପାଇଁ କର୍ଫ୍ୟୁ

ସମ୍ବଲପୁରରେ ଅନିର୍ଦ୍ଦିଷ୍ଟ କାଳ ପାଇଁ କର୍ଫ୍ୟୁ

ସମ୍ବଲପୁର : ହନୁମାନ ଜୟନ୍ତୀ ଶୋଭାଯାତ୍ରା ସମୟରେ ସମ୍ବଲପୁର ସହରରେ ଘଟିଥିବା ବ୍ୟାପକ ହିଂସାକାଣ୍ଡକୁ ନିୟନ୍ତ୍ରଣ କରିବା ପାଇଁ ପ୍ରଶାସନ କଠୋର ପଦକ୍ଷେପ ଗ୍ରହଣ କରିଛି। ଶୁକ୍ରବାର ମଧ୍ୟରାତ୍ରିରୁ ସମ୍ବଲପୁରରେ କର୍ଫ୍ୟୁ ଘୋଷଣା କରାଯାଇଛି। ରାତି ୧୨ଟାରୁ ଅନ୍ୟାଦେଶ ପର୍ଯ୍ୟନ୍ତ ଏହା ବଳବତ୍ତର ରହିବ ବୋଲି ସମ୍ବଲପୁର ଜିଲ୍ଲାପାଳ ଅନନ୍ୟା ଦାସ ସୂଚନା ଦେଇଛନ୍ତି। କର୍ଫ୍ୟୁ ସମୟରେ ଡାକ୍ତରଖାନା, ଔଷଧ ଦୋକାନ ଭଳି ଅତ୍ୟାବଶ୍ୟକ ସେବା ବ୍ୟତୀତ ସବୁ କିଛି ବନ୍ଦ ରହିବ ବୋଲି ସେ ସୂଚନା ଦେଇଛନ୍ତି। ଗତ ୧୨ ତାରିଖ ସନ୍ଧ୍ୟାରେ ଘଟିଥିବା ହିଂସାକାଣ୍ଡ ପରେ ସରକାରଙ୍କ ପକ୍ଷରୁ ସତର୍କତା ପଦକ୍ଷେପ ସ୍ବରୂପ ୧୪୪ ଧାରା ଜାରି କରାଯାଇଥିଲା। ପରବର୍ତ୍ତୀ ପର୍ଯ୍ୟାୟରେ ୧୩ ତାରିଖ ସକାଳ ୧୦ଟାରୁ ସମ୍ବଲପୁର ଜିଲ୍ଲାରେ ପ୍ରଥମ ପର୍ଯ୍ୟାୟରେ ଇଣ୍ଟରନେଟ୍ ସେବା ୪୮ ଘଣ୍ଟା ପାଇଁ ବନ୍ଦ କରାଯାଇଥିଲା। ଏସବୁ ସତ୍ତ୍ବେ ସମ୍ବଲପୁରରେ ହିଂସା ଥମିନାହିଁ। ଅରାଜକତା ସୃଷ୍ଟି ହୋଇଛି। ବ୍ୟାପକ ଜଳାପୋଡ଼ା ହେଉଛି। ଏହାକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ କର୍ଫ୍ୟୁ ଜାରି କରାଯାଇଛି। ଏଥିସହ ପୁଣି ଆଗାମୀ ୪୮ ଘଣ୍ଟା ପର୍ଯ୍ୟନ୍ତ ଇଣ୍ଟରନେଟ୍ ସେବା ବନ୍ଦ କରିବା ପାଇଁ ସରକାରଙ୍କୁ ସୁପାରିସ କରାଯାଇଥିବା ଜିଲ୍ଲାପାଳ ସୂଚନା ଦେଇଛନ୍ତି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking