28.1 C
Bhubaneswar
Saturday, April 27, 2024
Homeଓଡିଶାରାଜ୍ୟବାସୀଙ୍କୁ ମୁଖ୍ୟମନ୍ତ୍ରୀ ଙ୍କ ସମ୍ବୋଧନ

ରାଜ୍ୟବାସୀଙ୍କୁ ମୁଖ୍ୟମନ୍ତ୍ରୀ ଙ୍କ ସମ୍ବୋଧନ

ଭୁବନେଶ୍ଵର: ରାଜଧାନୀ ଭୁବନେଶ୍ୱରର ପ୍ରଦର୍ଶନୀ ପଡ଼ିଆରେ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳନ ହୋଇଛି । ସେଠାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପତାକା ଉତ୍ତୋଳନ କରିଛନ୍ତି । ଏହି ଅବସରରେ ରାଜ୍ୟବାସୀଙ୍କ ଉଦ୍ଦେଶ୍ୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମ୍ବୋଧନ କରିଛନ୍ତି । ଓଡ଼ିଶାର ଗର୍ବ ଓ ଗୌରବଙ୍କୁ ସେ ସ୍ମରଣ କରିଛନ୍ତି । ଏହାସହ ଅମର ଯବାନଙ୍କୁ ମଧ୍ୟ ସ୍ମରଣ କରିଛନ୍ତି ମୁଖ୍ୟମନ୍ତ୍ରୀ । ସେ କହିଛନ୍ତି କରୋନା ସମାଜର କ୍ଷତି ଘଟାଇଛି । ତେଣୁ ଏହି ସଙ୍କଟ ସମୟରେ କରୋନା ଯୋଦ୍ଧାଙ୍କ ନିଷ୍ଠା ଓ କାର୍ଯ୍ୟ ପାଇଁ ସେ କୃତଜ୍ଞତା ଜଣାଇଛନ୍ତି । ଅର୍ଥ ପାଇଁ କେହି କରୋନା ରୋଗୀ ଚିକିତ୍ସାରୁ ବଞ୍ଚିତ ହେବେନି । ପ୍ରତିଟି ଜୀବନ ଆମ ପାଇଁ ମୂଲ୍ୟବାନ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ଚାଷ, ନିର୍ମାଣ କାର୍ଯ୍ୟ ଲକଡାଉନରେ ବି ଚାଲିଛି ବୋଲି ସେ କହିଛନ୍ତି । ଗରିବଙ୍କ ପ୍ରତି ସରକାରଙ୍କ ସ୍ୱତନ୍ତ୍ର ଧ୍ୟାନ ରହିଛି ।

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking