20.1 C
Bhubaneswar
Wednesday, December 17, 2025
Homeଦେଶ ବିଦେଶଦକ୍ଷିଣ ଆଫ୍ରିକାକୁ ହରାଇ ପ୍ରଥମ ଥର ଚାମ୍ପିଅନ ହେଲା ଭାରତ

ଦକ୍ଷିଣ ଆଫ୍ରିକାକୁ ହରାଇ ପ୍ରଥମ ଥର ଚାମ୍ପିଅନ ହେଲା ଭାରତ

ନୂଆଦିଲ୍ଲୀ: ଦକ୍ଷିଣ ଆଫ୍ରିକାକୁ ହରାଇ ଭାରତ ପ୍ରଥମ ଥର ପାଇଁ ବିଶ୍ବକପ ଜିତିଛି । ଭାରତୀୟ ମହିଳା କ୍ରିକେଟ୍ ଦଳ ସର୍ବପ୍ରଥମ ବିଶ୍ବକପ୍‌ ଜିତି ଦୀର୍ଘ ବର୍ଷର ପ୍ରତୀକ୍ଷାର ଅନ୍ତ ଘଟାଇଛି । ୨୦୦୫ ଫାଇନାଲ୍‌ରେ ଅଷ୍ଟ୍ରେଲିଆଠାରୁ ଏବଂ ୨୦୧୭ ଫାଇନାଲ୍‌ରେ ଇଂଲଣ୍ଡଠାରୁ ହାରି ରନର୍ସଅପ୍‌ ହୋଇଥିବା ଭାରତୀୟ ଦଳ ତୃତୀୟ ଥର ଫାଇନାଲ୍ ଖେଳି ପ୍ରଥମ ଥର ବିଶ୍ବ ବିଜେତା ହୋଇଛି । ନବି ମୁମ୍ବାଇର ଡିୱାଇ ପାଟିଲ୍ ଷ୍ଟାଡିୟମ୍‌ରେ ରବିବାର ରାତିରେ ଭାରତୀୟ ମହିଳା ଦଳ ରୋମାଞ୍ଚକ ଭାବେ ପ୍ରଥମ ଥର ଫାଇନାଲିଷ୍ଟ୍‌ ଦକ୍ଷିଣ ଆଫ୍ରିକାକୁ ୫୨ ରନ୍‌ରେ ହରାଇ ଏହି ଐତିହାସିକ କ୍ଷଣକୁ ସାଉଁଟି ନେଇଛି। ପୁରୁଷ ଦଳର ୪ ବିଶ୍ବ ମୁକୁଟକୁ ମିଶାଇଲେ ଏହା ଭାରତର ପଞ୍ଚମ ଆଇସିସି ବିଶ୍ବକପ୍‌ ବିଜୟ । ପ୍ରଥମେ ବ୍ୟାଟିଂ କରି ସ୍ମୁତି ମନ୍ଧାନା ୪୫ ରନ୍ ଓ ଶେଫାଳି ବର୍ମା ୮୭ ରନ୍ ଶତକୀୟ ଭାଗୀଦାର ପରେ ଭାରତ ୨୯୮ ରନ୍‌ କରିଥିଲା । ଦକ୍ଷିଣ ଆଫ୍ରିକା ପାଳି ୪୫.୩ ଓଭରରେ ୨୪୬ ରନ୍‌ରେ ଶେଷ ହୋଇଯାଇଥିଲା । ଦାୟିତ୍ବପୂର୍ଣ୍ଣ ଅର୍ଦ୍ଧଶତକ ପରେ ଭେଟେରାନ୍ ଅଲ୍‌ରାଉଣ୍ଡର୍‌ ଦୀପ୍ତିଙ୍କ ୫ ୱିକେଟ୍ ଦଖଲ କରିବା ନିର୍ଣ୍ଣାୟକ ହୋଇଥିଲା ।

ଅଲରାଉଣ୍ଡର ପଦର୍ଶନ ପାଇଁ ଦୀପ୍ତିଙ୍କୁ ପ୍ଲେୟର ଅଫ ଦ ଟୁର୍ଣ୍ଣାମେଣ୍ଟ ଘୋଷିତ କରାଯାଇଥିଲା । ଦୀପ୍ତିଙ୍କ ଭଳି ଶେଫାଳି ବର୍ମାଙ୍କ ଅଲ୍‌ରାଉଣ୍ଡ୍ ପ୍ରଦର୍ଶନ ୮୭ ରନ କରିବା ସହ ୨ ଟି ୱିକେଟ ନେଇ ମ୍ୟାନ ଅଫ ଦ ମ୍ୟାଚ ଘୋଷିତ ହୋଇଥିଲେ । ଅନ୍ୟପକ୍ଷରେ ପ୍ରଥମ ଥର ପାଇଁ ଫାଇନାଲ୍‌ ଖେଳିଥିବା ଦକ୍ଷିଣ ଆଫ୍ରିକାର ସ୍ବପ୍ନ ଅଧୁରା ରହିଯାଇଛି ।ଶେଫାଳି ଫାଇନାଲ୍‌ର ଏବଂ ଦୀପ୍ତି ଶ୍ରେଷ୍ଠ ଖେଳାଳି ବିବେଚିତ ହୋଇଥିଲେ। ଏହି ବିଜୟ ସହ ୧୪୫ କୋଟି ଭାରତୀୟ ଆନନ୍ଦଉଲ୍ଲାସରେ ନାଚି ଉଠିଛନ୍ତି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, କ୍ରୀଡ଼ାମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ସହ ବହୁ ପୂର୍ବତନ ଖେଳାଳି ଓ ଖେଳ ପ୍ରଶାସକ ବିଶ୍ବକପ୍‌ ବିଜୟ ପାଇଁ ଭାରତୀୟ ମହିଳା ଦଳକୁ ବଧାଇ ଜଣାଇଛନ୍ତି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking