30.1 C
Bhubaneswar
Saturday, September 28, 2024
Homeଖେଳବାରବାଟୀରେ ଖେଳାଯିବ ଭାରତ-ଇଂଲଣ୍ଡ ୱାନ ଡେ ମ୍ୟାଚ୍

ବାରବାଟୀରେ ଖେଳାଯିବ ଭାରତ-ଇଂଲଣ୍ଡ ୱାନ ଡେ ମ୍ୟାଚ୍

ନୂଆଦିଲ୍ଲୀ : ବାରବାଟୀରେ ଖେଳାଯିବ ଭାରତ-ଇଂଲଣ୍ଡ ୱାନ ଡେ ମ୍ୟାଚ୍ । ଆସନ୍ତାବର୍ଷ ଫେବ୍ରୁଆରୀ ୯ ତାରିଖରେ ଖେଳାଯିବାକୁ ଥିବା ଭାରତ-ଇଂଲଣ୍ଡ ଦିନିକିଆ ସିରିଜର ଦ୍ୱିତୀୟ ମ୍ୟାଚ୍ ବାରବାଟୀ ଷ୍ଟାଡିୟମରେ ଖେଳାଯିବ । ଏନେଇ ବିସିସିଆଇ ପକ୍ଷରୁ ସୂଚନା ମିଳିଛି । ମିଳିଥିବା ସୂଚନା ମୁତାବକ, ଆସନ୍ତା ବର୍ଷ ଜାନୁଆରୀ ୨୨ ତାରିଖରେ ଇଂଲଣ୍ଡ ଦଳ ଭାରତ ଗସ୍ତରେ ଆସି ୫ଟି ଟି-୨୦ ଏବଂ ୩ଟି ଦିନିକିଆ ମ୍ୟାଚ୍ ଖେଳିବ । ଏହା ଭିତରୁ ଦ୍ୱିତୀୟ ଦିନିକିଆ ମ୍ୟାଚଟି କଟକରେ ଖେଳାଯିବ । ସିରିଜର ପ୍ରଥମ ଟି-୨୦ ମ୍ୟାଚ୍ ଚେନ୍ନାଇରେ ହେବାକୁ ଥିବାବେଳେ, ଦ୍ୱିତୀୟ ଟି-୨୦ କୋଲକାତା, ତୃତୀୟ ଟି-୨୦ ମ୍ୟାଚ୍ ରାଜକୋଟ, ଚତୁର୍ଥ ଟି-୨୦ ମ୍ୟାଚ୍ ପୁଣେ ଏବଂ ପଞ୍ଚମ ତଥା ଶେଷ ଟି-୨୦ ମ୍ୟାଚ୍ ମୁମ୍ବାଇରେ ଖେଳାଯିବ । ଏହାପରେ ଫେବ୍ରୁଆରୀ ୬ ତାରିଖରୁ ଦିନିକିଆ ସିରିଜ୍ ଆରମ୍ଭ ହେବ । ଦିନିକିଆ ସିରିଜର ପ୍ରଥମ ମ୍ୟାଚ୍ ନାଗପୁରରେ ଖେଳାଯିବାକୁ ଥିବାବେଳେ, ଦ୍ୱିତୀୟ ମ୍ୟାଚ୍ କଟକ ବାରବାଟୀ ଏବଂ ତୃତୀୟ ମ୍ୟାଚ୍ ଅହମ୍ମଦାବାଦରେ ଖେଳାଯିବ । ତେବେ ୫ ବର୍ଷ ପରେ ପୁଣି ବାରବାଟୀକୁ ଫେରିଛି ୱାନ ଡେ ମ୍ୟାଚ୍। ଶେଷ ଥର ପାଇଁ ୨୦୧୯ ଡିସେମ୍ବରରେ ୱାନ ଡେ ମ୍ୟାଚ୍ ଖେଳାଯାଇଥିଲା ।

 

 

 

 

 

 

 

 

 

 

 

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking