28.1 C
Bhubaneswar
Saturday, April 27, 2024
Homeବ୍ରେକୀଙ୍ଗରେକର୍ଡ ଭାଙ୍ଗିଲା କରୋନା; ୨୪ଘଣ୍ଟାରେ ୮୬,୪୩୨ କରୋନା ଆକ୍ରାନ୍ତ ଚିହ୍ନଟ

ରେକର୍ଡ ଭାଙ୍ଗିଲା କରୋନା; ୨୪ଘଣ୍ଟାରେ ୮୬,୪୩୨ କରୋନା ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ : ଦେଶରେ ଦିନକୁ ଦିନ କରୋନା ଆକ୍ରାନ୍ତ ଓ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି । ଏହାରି ମଧ୍ୟରେ ଗତ ୨୪ଘଣ୍ଟାରେ ସର୍ବାଧିକ ୮୬,୪୩୨ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୧୦୮୯ ଜଣଙ୍କ ମୃତ୍ୟୁ ହୋଇଛି । ଏହାସହ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪୦,୨୩,୧୭୯ କୁ ବୃଦ୍ଧି ପାଇଛି ଓ ମୃତ୍ୟୁ ସଂଖ୍ୟା ୬୯,୫୬୧ ରେ ପହଞ୍ଚିଛି । ବର୍ତ୍ତମାନ ସୁଦ୍ଧା ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ୩୧,୦୭,୨୨୩ ଜଣ ସୁସ୍ଥ ହୋଇଛନ୍ତି । ଏବେ ବି ୮,୪୬,୩୯୫ ଜଣ ବିଭିନ୍ନ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି । ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ମିଳିଛି ।

ସୂଚନା ମୁତାବକ, ଗତକାଲି ୨୪ଘଣ୍ଟାରେ  ୮୩,୩୪୧ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ। ଏହା ସହ ୧୦୯୬ଜଣ ମୃତ୍ୟୁବରଣ କରିଥିଲେ।

 

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking