28.1 C
Bhubaneswar
Sunday, April 28, 2024
Homeଦେଶ ବିଦେଶମଧ୍ୟପ୍ରଦେଶରେ ବାୟୁସେନା ବିମାନ ଦୁର୍ଘଟଣାଗ୍ରସ୍ତ

ମଧ୍ୟପ୍ରଦେଶରେ ବାୟୁସେନା ବିମାନ ଦୁର୍ଘଟଣାଗ୍ରସ୍ତ

ଭୋପାଳ: ମଧ୍ୟପ୍ରଦେଶରେ ବାୟୁସେନା ବିମାନ ଦୁର୍ଘଟଣାଗ୍ରସ୍ତ। ଭାରତୀୟ ବାୟୁସେନାର ମିରାଜ ୨୦୦୦ ଯୁଦ୍ଧ ବିମାନ ଆଜି ସକାଳେ ମଧ୍ୟପ୍ରଦେଶର ଭିଣ୍ଡ ଜିଲ୍ଲା ନିକଟରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏନେଇ ସ୍ଥାନୀୟ ପୁଲିସ ଅଧିକାରୀମାନେ ସୂଚନା ଦେଇଛନ୍ତି। ତେବେ ଦୁର୍ଘଟଣା ପରେ ପାଇଲଟ ସୁରକ୍ଷିତ ଭାବେ ବାହାରକୁ ବାହାରିଯାଇଥିଲେ ବି ଆହତ ହୋଇଛନ୍ତି ବୋଲି ଜଣେ ପୁଲିସ ଅଧିକାରୀ କହିଛନ୍ତି। ଦୁର୍ଘଟଣାର ଏକ ଫଟୋ ଏବେ ସାମ୍ନାକୁ ଆସିଛି। ଫଟୋରେ ଏକ ଖୋଲା ପଡ଼ିଆରେ ବିମାନଟି ଖସିପଡ଼ିଥିବା ଦେଖାଯାଇଥିବା ବେଳେ ସମ୍ପୂର୍ଣ୍ଣ ଜଳିଯାଇଥିବା ଦେଖିବାକୁ ମିଳିଛି।

ଏହା ପୂର୍ବରୁ ଅଗଷ୍ଟ ୩ ଏବଂ ଅଗଷ୍ଟ ୨୫ରେ ବାୟୁସେନା ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଥିବା ବେଳେ ପାଇଲଟଙ୍କ ଜୀବନ ବଞ୍ଚିଯାଇଥିଲା। ଅଗଷ୍ଟ ୩ରେ ଜମ୍ମୁ-କଶ୍ମୀର କାଠୁଆରେ ଥିବା ରଞ୍ଜିତ ସାଗର ଡ୍ୟାମ ନିକଟରେ ଭାରତୀୟ ସେନାର ଏକ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଏହା ପରେ ଅଗଷ୍ଟ ୨୫ରେ ରାଜସ୍ଥାନର ବାରମେରଠାରେ ଭାରତୀୟ ବାୟୁସେନାର ଏକ ମିଗ୍-୨୧ ବିସନ ଯୁଦ୍ଧ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଥିଲା । ତେବେ ବିମାନରେ ଥିବା ପାଇଲଟ୍ ଅଳ୍ପକେ ବର୍ତ୍ତି ଯାଇଥିଲେ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking