15.1 C
Bhubaneswar
Monday, December 22, 2025
Homeଦେଶ ବିଦେଶଇଂଲଣ୍ଡ ଗସ୍ତ ପାଇଁ ଘୋଷଣା ହେଲା ଭାରତୀୟ କ୍ରିକେଟ ଟିମ: ଅଧିନାୟକ ଭାର ସମ୍ଭାଳିବେ ଶୁଭମନ...

ଇଂଲଣ୍ଡ ଗସ୍ତ ପାଇଁ ଘୋଷଣା ହେଲା ଭାରତୀୟ କ୍ରିକେଟ ଟିମ: ଅଧିନାୟକ ଭାର ସମ୍ଭାଳିବେ ଶୁଭମନ ଗିଲ

ନୂଆଦିଲ୍ଲୀ: ଇଂଲଣ୍ଡ  ଗସ୍ତ ପାଇଁ ଘୋଷଣା ହେଲା ଭାରତୀୟ ଟେଷ୍ଟ ଟିମ୍‌ । ଭାରତୀୟ ଟେଷ୍ଟ ଦଳର ନୂଆ ଅଧିନାୟକ ହେଲେ ଶୁଭମନ ଗିଲ୍‌ । ରୋହିତ ଶର୍ମାଙ୍କ ପରେ ଭାରତୀୟ ଟେଷ୍ଟ ଦଳର ନେତୃତ୍ୱ ନେବେ ଗିଲ୍‌ । ସେହିପରି ଋଷଭ ପନ୍ତଙ୍କୁ ଟେଷ୍ଟ ଦଳର ଉପ-ଅଧିନାୟକ ଦାୟିତ୍ୱ ଦିଆଯାଇଛି । ଏନେଇ ଆଜି ପ୍ରେସମିଟ୍‌ କରି ସୂଚନା ଦେଇଛନ୍ତ ଅଜିତ୍‌ ଅଗରକର । ସେହିପରି ଘୋଷଣା ହୋଇଥିବା ୧୮ ଜଣିଆ ଟିମ୍‌ରେ ଯଶସ୍ୱୀ ଜୟଶ୍ୱାଲ, କେଏଲ ରାହୁଲ, ସାଇ ସୁଦର୍ଶନ, ଅଭିମନ୍ୟୁ ଇଶ୍ବରନ୍, କରୁଣ ନାୟର, ନୀତିଶ ରେଡ୍ଡୀ, ରବୀନ୍ଦ୍ର ଜାଡେଜା, ଧ୍ରୁବ ଜୁରେଲ, ୱାଶିଂଟନ ସୁନ୍ଦର, ଶାର୍ଦ୍ଦୁଳ ଠାକୁର, ଯଶପ୍ରୀତ ବୁମରା, ମହମ୍ମଦ ସିରାଜ, ପ୍ରସିଦ୍ଧ କ୍ରିଷ୍ଣା, ଆକାଶଦୀପ, ଅର୍ଶଦୀପ ସିଂହ, କୁଲଦୀପ ଯାଦବ ରହିଛନ୍ତି । ସୂଚନା ଅନୁସାରେ, ଜୁନ୍‌ ୨୦ରୁ ଅଗଷ୍ଟ ୪ ମଧ୍ୟରେ ଇଂଲଣ୍ଡ ଓ ଭାରତ ମଧ୍ୟରେ ୫ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ ଖେଳାଯିବ । ତେବେ ଏହି ସିରିଜ୍‌ ପୂର୍ବରୁ ଟେଷ୍ଟ କ୍ରିକେଟରୁ ଉଭୟ ବିରାଟ କୋହଲି ଓ ଅଧିନାୟକ ରୋହିତ ଶର୍ମା ଅବସର ଘୋଷଣା କରିଛନ୍ତି ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking