28.7 C
Bhubaneswar
Thursday, July 25, 2024
Homeପଣା ସ୍ରଂକାନ୍ତି -୨୦୨୩ଓଡ଼ିଆ ନବବର୍ଷ: ଜାଣନ୍ତୁ, ପଣା ସଂକ୍ରାନ୍ତି ପଛରେ ଥିବା ବୈଜ୍ଞାନିକ କାରଣ

ଓଡ଼ିଆ ନବବର୍ଷ: ଜାଣନ୍ତୁ, ପଣା ସଂକ୍ରାନ୍ତି ପଛରେ ଥିବା ବୈଜ୍ଞାନିକ କାରଣ

ଭୁବନେଶ୍ୱର: ବୈଶାଖ ମାସ (ଏପ୍ରିଲ-ମେ)ର ସଂକ୍ରାନ୍ତିକୁ ମେଷ ସଂକ୍ରାନ୍ତି କୁହାଯାଏ । ପୃଥିବୀର କ୍ରାନ୍ତି ପଥକୁ ୧୨ ଭାଗ ବା ୧୨ ମାସ କିମ୍ବା ୧୨ ରାଶିରେ ବିଭକ୍ତ କରାଯାଇଥାଏ । ଏଣୁ ବୈଶାଖ ମାସ ବା ମେଷ ସଂକ୍ରାନ୍ତିଠାରୁ ନୂତନ ବର୍ଷ ଆରମ୍ଭ ହୋଇଥାଏ । ଏହିଦିନ ସୂର‌୍ୟ୍ୟ ବିଷୁବ ରେଖା ଉପରେ ଥିବାରୁ ଏହାକୁ ବିଷୁବ ସଂକ୍ରାନ୍ତି ବୋଲି ମଧ୍ୟ କୁହାଯାଏ । ଓଡ଼ିଆମାନେ ଏହିଦିନଟିକୁ ନବବର୍ଷ ଭାବେ ମଧ୍ୟ ପାଳନ କରିଥାଆନ୍ତି । ସୂର‌୍ୟ୍ୟଙ୍କର ଏକ ରାଶିରୁ ଅନ୍ୟରାଶି ଗମନକୁ ସଂକ୍ରାନ୍ତି କହନ୍ତି । ପ୍ରତି ଇଂରାଜୀ ମାସର ୧୩ ତାରିଖଠାରୁ ୧୫ ତାରିଖ ମଧ୍ୟରେ ସୂର‌୍ୟ୍ୟ ଗୋଟିଏ ରାଶିରୁ ଅନ୍ୟ ଏକ ରାଶିକୁ ଗମନ କରିବା ଯୋଗୁଁ ସୂର‌୍ୟ୍ୟଙ୍କର ସଂକ୍ରମଣ କ୍ରିୟା ବା ସଂକ୍ରାନ୍ତି ହୁଏ । ଭାରତବର୍ଷରେ ବର୍ଷଗଣନା ସୌରମାସ ସଂକ୍ରାନ୍ତିଠାରୁ ଆରମ୍ଭ ହେଉଥିବା ବେଳେ ଚାନ୍ଦ୍ରମାସ ପୂର୍ଣ୍ଣମୀଠାରୁ ହୋଇଥାଏ । ବୈଶାଖ ମାସ (ଏପ୍ରିଲ-ମେ)ର ସଂକ୍ରାନ୍ତିକୁ ମେଷ ସଂକ୍ରାନ୍ତି କୁହାଯାଏ । ପୃଥିବୀର କ୍ରାନ୍ତି ପଥକୁ ୧୨ ଭାଗ ବା ୧୨ ମାସ କିମ୍ବା ୧୨ ରାଶିରେ ବିଭକ୍ତ କରାଯାଇଥାଏ । ଏଣୁ ବୈଶାଖ ମାସ ବା ମେଷ ସଂକ୍ରାନ୍ତିଠାରୁ ନୂତନ ବର୍ଷ ଆରମ୍ଭ ହୋଇଥାଏ । ଏହିଦିନ ସୂର‌୍ୟ୍ୟ ବିଷୁବ ରେଖା ଉପରେ ଥିବାରୁ ଏହାକୁ ବିଷୁବ ସଂକ୍ରାନ୍ତି ବୋଲି ମଧ୍ୟ କୁହାଯାଏ । ଓଡ଼ିଆମାନେ ଏହିଦିନଟିକୁ ନବବର୍ଷ ଭାବେ ମଧ୍ୟ ପାଳନ କରିଥାଆନ୍ତି । ଓଡ଼ିଶାରେ ବିଷୁବ ସଂକ୍ରାନ୍ତିକୁ ପଣା ସଂକ୍ରାନ୍ତି ବୋଲି ମଧ୍ୟ କୁହାଯାଏ। ପାରମ୍ପରିକ ରୀତିନୀତି ଅନୁସାରେ ଏହି ଦିନ ଓଡ଼ିଶାରେ ଘରେ ଘରେ ପଣା ଭୋଗ ହୋଇ ତୁଳସୀ ଗଛରେ ଅର୍ପଣ କରାଯାଇଥାଏ । ଛତୁଆ, ଦହି, ଗୁଡ଼, କଦଳୀ ଓ ନଡିଆକୁ ମିଶାଇ ତୁଳସୀ ଚଉରା ପାଖରେ ଭୋଗ ଲଗାଯାଏ । ବେଲ ପଣାରେ ବଟା ଭାଙ୍ଗ ମିଶାଇ ଭାଙ୍ଗ ପଣା ସେବନ ମଧ୍ୟ କରାଯାଇଥାଏ । ଏହି ସମୟରେ ପ୍ରଖର ଗ୍ରୀଷ୍ମ ପ୍ରବାହ ହେତୁ ଖାଦ୍ୟ ଶୀଘ୍ର ହଜମ ହୋଇଯାଏ । ଏଣୁ ଗୁରୁଖାଦ୍ୟ ରୂପେ ଛତୁଆ ଏପରିକି ବେଲକୁ ପଣାରେ ମଧ୍ୟ ବ୍ୟବହୃତ କରିବାର ବ୍ୟବସ୍ଥା ରହିଛି । ଗରିଷ୍ଠ ଖାଦ୍ୟ ହଜମ ହେଉଥିବାରୁ ବୁଟ ଛତୁଆ ପରି ଗରିଷ୍ଠ ଖାଦ୍ୟପଦାର୍ଥ ଗ୍ରହଣ ପାଇଁ ଆୟୋଜନ ଥାଏ । ଦେହର ଅତ୍ୟଧିକ ତାପ ଶକ୍ତି ସମ ଅବସ୍ଥାକୁ ଆଣିବା ପାଇଁ ପଣାପାନର ବ୍ୟବସ୍ଥା ମଧ୍ୟ ଅଛି । ତେଣୁ ମହାବିଷୁବ ସଂକ୍ରାନ୍ତି ଦିନରେ ବିଭିନ୍ନ ଦେବଦେବୀ ମନ୍ଦିରମାନଙ୍କରେ ଛତୁଆ ଓ ପଣା ଭୋଗର ବିଧି ରହିଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking