28.1 C
Bhubaneswar
Thursday, March 28, 2024
Homeବ୍ରେକୀଙ୍ଗ୨୪ ଘଣ୍ଟାରେ ୮୩,୩୪୧ ଆକ୍ରାନ୍ତ ଚିହ୍ନଟ ଓ ୧୦୯୬ଜଣ ମୃତ

୨୪ ଘଣ୍ଟାରେ ୮୩,୩୪୧ ଆକ୍ରାନ୍ତ ଚିହ୍ନଟ ଓ ୧୦୯୬ଜଣ ମୃତ

ନୂଆଦିଲ୍ଲୀ: ଦେଶରେ ଦିନକୁ ଦିନ କରୋନା ଆକ୍ରାନ୍ତ ଓ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି । ଏହାରି ମଧ୍ୟରେ ଗତ ୨୪ଘଣ୍ଟାରେ ସର୍ବାଧିକ ୮୩, ୩୪୧ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୧୦୯୬ ଜଣଙ୍କ ମୃତ୍ୟୁ ହୋଇଛି । ଏହାସହ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୯,୩୬,୭୪୮ କୁ ବୃଦ୍ଧି ପାଇଛି ଓ ମୃତ୍ୟୁ ସଂଖ୍ୟା ୬୮,୪୭୨ ରେ ପହଞ୍ଚିଛି । ବର୍ତ୍ତମାନ ସୁଦ୍ଧା ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ୩୦,୩୭,୧୫୧ ଜଣ ସୁସ୍ଥ ହୋଇଛନ୍ତି । ଏବେ ବି ୮,୩୧,୧୨୪ ଜଣ ବିଭିନ୍ନ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି । ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ମିଳିଛି ।

ଅନ୍ୟପକ୍ଷରେ ସାରା ବିଶ୍ୱରେ ମଙ୍ଗଳବାର ସୁଦ୍ଧା ମୋଟ ସଂକ୍ରମିତଙ୍କ ସଂଖ୍ୟା ୨ କୋଟି ୬୨ ଲକ୍ଷ ଓ ମୃତ୍ୟୁସଂଖ୍ୟା ୮.୬୭ ଲକ୍ଷ ଟପିଯାଇଛି । ଆମେରିକାରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୬୧.୪୯ ଲକ୍ଷ ଟପିଯାଇଛି । ଆମେରିକା ତଳକୁ ବ୍ରାଜିଲ ଓ ଭାରତ ରହିଛନ୍ତି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking