29.1 C
Bhubaneswar
Saturday, April 27, 2024
Homeଓଡିଶାଜଳିଗଲା ଆଦିବାସୀ ବସ୍ତି

ଜଳିଗଲା ଆଦିବାସୀ ବସ୍ତି

ଯାଜପୁର : ଯାଜପୁର ସହର କଲେଜ ରୋଡର ଲଲିତେଶ୍ଵର ନିକଟସ୍ଥ ଆଦିବାସୀ ବସ୍ତିରେ ଅଗ୍ନିକାଣ୍ଡ । ଗତକାଲି ବିଳମ୍ବିତ ରାତିରେ ଏହି ଅଗ୍ନିକାଣ୍ଡ ଘଟିଛି । ଅଗ୍ନିକାଣ୍ଡ ର କାରଣ ସ୍ପଷ୍ଟ ହୋଇନଥିବା ବେଳେ ସର୍ଟ ସକ୍ରିଟ ରୁ ନିଆଁଲାଗିଥିବା ଅନୁମାନ କରାଯାଉଛି । ଅଗ୍ନିକାଣ୍ଡ ରେ ୪ଟି ପରିବାରର ସମସ୍ତ ଘର ସମ୍ପୁର୍ଣ୍ଣ ନଷ୍ଟ ହୋଇଯାଇଛି । ଖବର ପାଇ ଅଗ୍ନିଶମ ବାହିନୀ ପହଞ୍ଚି ଅକ୍ଳାନ୍ତ ପରିଶ୍ରମ ପଂଳରେରେ ନିଆଁକୁ ଆୟତ କରିଥିଲେ ମଧ୍ୟ ସମସ୍ତ ଆସବାସ ପତ୍ର ସହିତ ଟଙ୍କା ବାସନକୁସନ ଆଦି ପୋଡ଼ି ନଷ୍ଟ ହୋଇଯାଇଛି । ଅଗ୍ନି ବିପନ୍ନ ପରିବାର ଦିନ ମଜୁରିଆ ହୋଇଥିବାରୁ ସେମାନଙ୍କୁ ସରକାରୀ ସାହାଯ୍ୟ ଯୋଗାଇ ଦେବା ଲାଗି ସାଧାରଣରେ ଦାବି ହୋଇଛି ।
https://onakhabar.com/2020/03/04/drinking-water-scarcity/

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking