39.1 C
Bhubaneswar
Friday, April 26, 2024
Homeଓଡିଶାସୂଚନା ଓ ଲୋକସମ୍ପର୍କ ବିଭାଗ ନିର୍ଦ୍ଦେଶକ ଦାୟିତ୍ୱନେଲେ ଇନ୍ଦ୍ରମଣି ତ୍ରିପାଠୀ

ସୂଚନା ଓ ଲୋକସମ୍ପର୍କ ବିଭାଗ ନିର୍ଦ୍ଦେଶକ ଦାୟିତ୍ୱନେଲେ ଇନ୍ଦ୍ରମଣି ତ୍ରିପାଠୀ

ଭୁବନେଶ୍ୱର :  ଓଡ଼ିଶା ପ୍ରଶାସନିକ ସେବାର ବରିଷ୍ଠ ଅଧିକାରୀ ଇନ୍ଦ୍ରମଣି ତ୍ରିପାଠୀ ଗୁରୁବାର ସୂଚନା ଓ ଲୋକସମ୍ପର୍କ  ବିଭାଗର ନୂତନ ନିର୍ଦ୍ଦେଶକ ଭାବେ ଦାୟିତ୍ୱଗ୍ରହଣ କରିଛନ୍ତି । ସୂଚନା ପ୍ରଦାନ କ୍ଷେତ୍ରରେ ଆଧୁନିକ ବୈଷୟିକ ଜ୍ଞାନ ପ୍ରୟୋଗ ମାଧ୍ୟମରେ ସର୍ବଦା ଆଗୁଆ ରହିବା ଏବଂ କାର୍ଯ୍ୟଦକ୍ଷତା ସହ ନିୟମିତ ଭାବେ କାର୍ଯ୍ୟ ତୁଲାଇବାକୁ ବିଭାଗର ଅଧିକାରୀ ତଥା କର୍ମଚାରୀମାନଙ୍କୁ ସେ ପରାମର୍ଶ ଦେଇଛନ୍ତି । ଶ୍ରୀ ତ୍ରିପାଠୀ  ପୂର୍ବାହ୍ନରେ ଅଧିକାରୀମାନଙ୍କ ସହିତ ବିଭାଗର ବିଭିନ୍ନ କାର୍ଯ୍ୟାବଳୀ ସମ୍ପର୍କରେ ଆଲୋଚନା କରିଥିଲେ । ସେ ଲୋକସମ୍ପର୍କ ଭବନରେ ବିଭାଗର ବିଭିନ୍ନ ଶାଖା ପରିଦର୍ଶନ କରିଥିଲେ ।

ଶ୍ରୀ ତ୍ରିପାଠୀ ଆଜିର ଯୁଗରେ ବିଜ୍ଞାନ ଓ ବୈଷୟିକ ବିଦ୍ୟାର ପ୍ରୟୋଗକୁ ବିଭାଗ ଆପଣେଇବା ସହ ଜନସାଧାରଣଙ୍କ ନିକଟରେ ସମ୍ବାଦ ସରବରାହ କ୍ଷେତ୍ରରେ ଅଧିକ ଆଗୁଆ ହେବା ସହିତ ଅଭିନବତ୍ୱ ପ୍ରଦାନ କରି ସୂଚନା ବିତରଣ କ୍ଷେତ୍ରରେ ବିଶ୍ୱସନୀୟତା ଅର୍ଜନ କରିବାକୁ ଅଧିକାରୀମାନେ ତତ୍ପରତା ପ୍ରକାଶ କରିବାକୁ ପରାମର୍ଶ ଦେଇଛନ୍ତି । ସେ ମଧ୍ୟ କର୍ମଚାରୀମାନଙ୍କ ଶୃଙ୍ଖଳା ଓ ନିଷ୍ଠା ଉପରେ ବିଶେଷ ଗୁରୁତ୍ୱ ଦେଇଛନ୍ତି । ଲୋକସମ୍ପର୍କ ଭବନରେ ଯୁଗ୍ମ ସଚିବ ବିଷ୍ଣୁପ୍ରିୟା ସାହୁ, ଯୁଗ୍ମ ନିର୍ଦ୍ଦେଶକ ଡ. ପ୍ରମୋଦ କୁମାର ମଲ୍ଲିକ ଏବଂ ସୁରେନ୍ଦ୍ର ପରିଡ଼ାଙ୍କ ସମେତ ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ରହି ନିର୍ଦ୍ଦେଶକଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ଜଣାଇଥିଲେ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking