22.1 C
Bhubaneswar
Friday, February 13, 2026
Homeଓଡିଶାସ୍ୱର୍ଗଦ୍ୱାରରେ ଏଣିକି କାଠ ବଦଳରେ ଗୋବର ଘସିରେ ହେବ ଶବ ଦାହ

ସ୍ୱର୍ଗଦ୍ୱାରରେ ଏଣିକି କାଠ ବଦଳରେ ଗୋବର ଘସିରେ ହେବ ଶବ ଦାହ

ପୁରୀ : ସ୍ୱର୍ଗଦ୍ୱାରରେ ଏଣିକି କାଠ ବଦଳରେ ଗୋବର ଘସିରେ ହେବ ଶବ ଦାହ। ଏନେଇ ଯୋଜନା ପ୍ରସ୍ତୁତି କରୁଛି ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିଭାଗ। ପ୍ରାରମ୍ଭିକ ଆଲୋଚନା ଆରମ୍ଭ ହୋଇଛି। ଏହି ସୂଚନା ଦେଇଛନ୍ତି ମତ୍ସ୍ୟ ଓ ପଶୁ ସମ୍ପଦ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ। ମନ୍ତ୍ରୀ କହିଛନ୍ତି, ହିନ୍ଦୁ ଶାସ୍ତ୍ର ଅନୁଯାଇ ଗୋବରକୁ ଶବ ଦାହରେ ବ୍ୟବହାର କରାଯିବ। ଏନେଇ ସ୍ୱର୍ଗଦ୍ୱାର କମିଟି ସହ ଆଲୋଚନା କରାଯିବ। ବିଭିନ୍ନ ସାମାଜିକ ଅନୁଷ୍ଠାନ, ଗୋଶାଳା କରିଥିବା ବ୍ୟକ୍ତି ସହ ଆଲୋଚନା କରାଯିବ। ପରେ ଏନେଇ ଖୁବ ଶୀଘ୍ର ବିଚାର ବିମର୍ଶ କରି ପଦକ୍ଷେପ ନେବେ ରାଜ୍ୟ ସରକାର। ସେଥିପାଇଁ ଗୋମାତା ସୁରକ୍ଷା ଓ ଗୋଶାଳା ବୃଦ୍ଧିକୁ ସରକାର ଗୁରୁତ୍ୱ ଦେଉଛନ୍ତି ବୋଲି ମନ୍ତ୍ରୀ କହିଛନ୍ତି।

ସେ ଆହୁରି କହିଛନ୍ତି, ଗୋ ସୁରକ୍ଷା, ଗୋ ମୁତ୍ର ଓ ଗୋବରର ସଦୁପଯୋଗ କ୍ଷେତ୍ରରେ ବିଚାରବିମର୍ଶ ପାଇଁ ଗଠିତ ହେବ କମିଟି। ଉପମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଏକ କମିଟି ଗଠନ କରାଯିବ। ୫ ଜଣ ମନ୍ତ୍ରୀ ଓ ୫ ଜଣ ସଚିବ କମିଟିର ସଦସ୍ୟ ରହିବେ। ଗୋମାତା ସୁରକ୍ଷା, ଗୋଶାଳା ବୃଦ୍ଧି, ଦୁଗ୍ଧ ଉତ୍ପାଦନ ବୃଦ୍ଧି ପାଇଁ ସରକାର ‘କାମଧେନୁ’ ଯୋଜନା ଆରମ୍ଭ ହୋଇଛି ବୋଲି ମନ୍ତ୍ରୀ ଗୋକୁଳା ନନ୍ଦ ମଲ୍ଲିକ କହିଛନ୍ତି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking