ଭୁବନେଶ୍ୱର : ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କୁ ମିଳିଲା ଅନ୍ତରୀଣ ଜାମିନ । ଜଗଦ୍ଦେବଙ୍କୁ ମିଳିଲା ୩ ଦିନିଆ ଅନ୍ତରୀଣ ଜାମିନ । ୯ ତାରିଖରୁ ୩ ଦିନ ପାଇଁ ମିଳିଛି ଅନ୍ତରୀଣ ଜାମିନ । ଜିଲ୍ଲା ପ୍ରଥମ ଅତିରିକ୍ତ ଜଜ୍ ତାଙ୍କୁ ଏହି ଜାମିନ ପ୍ରଦାନ କରିଛନ୍ତି। ୯ ତାରିଖରୁ ତାଙ୍କୁ ୩ ଦିନ ଲାଗି ଅନ୍ତରୀଣ ଜାମିନ ମିଳିଛି। ତିନି ଦିନିଆ ଅନ୍ତରୀଣ ଦେଇଛନ୍ତି ଖୋର୍ଦ୍ଧା ଏଡିଜେ-୨ କୋର୍ଟ। ଶପଥ ଗ୍ରହଣ, ମେଡିକାଲ ଗ୍ରାଉଣ୍ଡ ଓ ଦଶାହ କ୍ରିୟା ପାଇଁ ଜାମିନ ଆବେଦନ ହୋଇଥିଲା। ଆସନ୍ତା ୯ରୁ ୧୧ ତାରିଖ ଯାଏଁ ଜାମିନରେ ରହିବେ ଖୋର୍ଦ୍ଧାର ବିଜେପି ବିଧାୟକ ପ୍ରଶାନ୍ତ ଜଗଦେବ। ଏନେଇ ତାଙ୍କ ଓକିଲ ସୂଚନା ଦେଇଛନ୍ତି। ସୂଚନା ଯୋଗ୍ୟ ଯେ, ଚଳିତ ସାଧାରଣ ନିର୍ବାଚନରେ ପ୍ରଶାନ୍ତ ଜଗଦ୍ଦେବ ବେଗୁନିଆ କାଉଁରୀପାଟଣା ପ୍ରକଳ୍ପ ବିଦ୍ୟାଳୟର ୧୪୪ ନଂ ବୁଥରେ ଗଣ୍ଡଗୋଳ, ମାରପିଟ ଓ ଇଭିଏମ ଭଙ୍ଗାରୁଜା ଅଭିଯୋଗରେ ପ୍ରଶାନ୍ତ ଜଗଦେବଙ୍କୁ ଗିରଫ କରିଥିଲା ପୋଲିସ । କିନ୍ତୁ ଏହା ପଛରେ ଷଡଯନ୍ତ୍ର ଥିବା ଅଭିଯୋଗ ହୋଇଥିଲା। ପରେ ଜଗଦ୍ଦେବ ଇଭିଏମ୍ ଭାଙ୍ଗିନଥିବା ଦାବି କରି ସିସିଟିଭି ଫୁଟେଜ ମଧ୍ୟ ଜାରି କରିଥିଲେ ସାଂସଦ ଅପରାଜିତା ଷଡଙ୍ଗୀ । ତେବେ ଆଜି ତାଙ୍କୁ ୩ ଦିନିଆ ଅନ୍ତରୀଣ ଜାମିନ ମିଳିଛି ।