18.1 C
Bhubaneswar
Monday, November 25, 2024
Homeଓଡିଶାକୁମ୍ଭୀର ଗଣନା ପାଇଁ ଆଜିଠୁ ଭିତରକନିକା ବନ୍ଦ

କୁମ୍ଭୀର ଗଣନା ପାଇଁ ଆଜିଠୁ ଭିତରକନିକା ବନ୍ଦ

କେନ୍ଦ୍ରାପଡ଼ା: ଚଳିତବର୍ଷ କୁମ୍ଭୀର ଗଣନା ପାଇଁ ୪ରୁ ୧୪ ତାରିଖ ପର୍ଯ୍ୟନ୍ତ ଭିତରକନିକା ଜାତୀୟ ଉଦ୍ୟାନ ବନ୍ଦ ରହିବ ବୋଲି ବନବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଏହି ସମୟରେ ଭିତରକନିକାକୁ ଆସୁଥିବା ଦେଶ ବିଦେଶର ପର୍ଯ୍ୟଟକଙ୍କୁ ଆସିବାକୁ ବାରଣ କରାଯାଇଛି । ଶୀତ ସହ ଅମାବାସ୍ୟା ତିଥିକୁ ଦୃଷ୍ଟିରେ ରଖି କୁମ୍ଭୀର ଗଣନା ପାଇଁ ସମୟ ସ୍ଥିର କରାଯାଇଥାଏ । ଶୀତ ଅଧିକ ହେଲେ ଛୋଟରୁ ବଡ଼ ପର୍ଯ୍ୟନ୍ତ ସବୁ କୁମ୍ଭୀର ନଦୀପଠାରେ ଖରା ଖାଇବାକୁ ପଡ଼ିରହିଥାନ୍ତି ।

ଭିତରକନିକାର ନଦୀନାଳଗୁଡିକ ମୁଖ୍ୟତଃ ଜୁଆରିଆ ହୋଇଥିବାରୁ ଅଧିକ ଭଟ୍ଟା ରହୁଥିବା ଅମାବାସ୍ୟା ତିଥି ପରେ ଉଚ୍ଚ ଜୁଆର ନଆସିବା ଯୋଗୁଁ ନଦୀପଠା ବୁଡ଼ିନଥାଏ । ଏହି ସମୟରେ ଦିନ ଓ ରାତିରେ କୁମ୍ଭୀର ଗଣନା କରିବା ପାଇଁ ସୁବିଧା ହୋଇଥାଏ । ଏହି ସମୟରେ ପର୍ଯ୍ୟଟକମାନେ ବୋଟ୍‌ରେ ଆସିବା ସମୟରେ କୁମ୍ଭୀରମାନେ ପଠାରୁ ନଦୀ ଭିତରକୁ ଚାଲିଯାଆନ୍ତି । ନଦୀପଠାରେ ଶୋଇଥିବା ଚିହ୍ନରୁ ତା’ର ଲମ୍ବ ମପାଯାଇ ବୟସବର୍ଗ ସ୍ଥିର କରାଯାଇଥାଏ । କୁମ୍ଭୀର ଗଣନା ପାଇଁ ୬ ତାରିଖରେ ବିଶେଷଜ୍ଞ ଗଣନାକାରୀଙ୍କୁ ପ୍ରଶିକ୍ଷଣ ଦିଆଯିବା ପରେ ଗଣନାକାରୀ ଦଳ ଗଠନ କରାଯାଇ ଗଣନା ଆରମ୍ଭ କରାଯିବ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking