28.1 C
Bhubaneswar
Thursday, May 2, 2024
Homeଓଡିଶାଆସନ୍ତା ୩ ଯାଏଁ ରାଜ୍ୟରେ ଜାରି ରହିବ କାଳବୈଶାଖୀ ବର୍ଷା

ଆସନ୍ତା ୩ ଯାଏଁ ରାଜ୍ୟରେ ଜାରି ରହିବ କାଳବୈଶାଖୀ ବର୍ଷା

ଭୁବନେଶ୍ୱର: ଆସନ୍ତା ୩ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଜାରି ରହିବ କାଳବୈଶାଖୀ ବର୍ଷା। ଉପକୂଳ, ଉତ୍ତର ଏବଂ ଦକ୍ଷିଣ ଓଡ଼ିଶାରେ ବିଜୁଳି ଘଡଘଡି ସହ ବର୍ଷା ପବନ ଜାରି ରହିବ। ତେଲେଙ୍ଗାନା ଏବଂ ଏହାର ଆଖପାଖରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଆଉ ଏକ ଘୂର୍ଣ୍ଣିବଳୟ ଦକ୍ଷିଣ-ପୂର୍ବ ଗାଙ୍ଗେୟ ଉପତ୍ୟକା ଏବଂ ଏହାର ଆଖପାଖରେ ସୃଷ୍ଟି ହୋଇଛି । ଯାହାର ପ୍ରଭାବରେ ରାଜ୍ୟରେ ଖରାବର୍ଷାର ଲୁଚକାଳି ଖେଳ ଜାରି ରହିଛି ।

ଆସନ୍ତା ୪ ଦିନ ପର୍ଯ୍ୟନ୍ତ ଉତ୍ତର ଉପକୂଳ ସହ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ପ୍ରଚଣ୍ଡ ବିଜୁଳି ଘଡଘଡି ସହ ବର୍ଷା ଏବଂ ଘଣ୍ଟାପ୍ରତି ୪୦ ରୁ ୫୦ କିଲୋମିଟର ବେଗରେ ପବନ ବହିବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଆଜି ଦକ୍ଷିଣ ଓଡ଼ିଶାର ୬ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଥିବା ବେଳେ ଆସନ୍ତାକାଲି ୧୪ ଜିଲ୍ଲା, ଜୁନ୍ ୧ ତାରିଖରେ ୪ଟି ଜିଲ୍ଲାକୁ ସତର୍କତା ଜାରି କରିଛି ପାଣିପାଗ କେନ୍ଦ୍ର।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking