19.1 C
Bhubaneswar
Sunday, November 24, 2024
Homeଓଡିଶାଫାଇଭ-ଟି ସଚିବ ଭି.କେ ପାଣ୍ଡିଆନଙ୍କୁ ଅନ୍ତର୍ଜାତୀୟ ସମ୍ମାନ

ଫାଇଭ-ଟି ସଚିବ ଭି.କେ ପାଣ୍ଡିଆନଙ୍କୁ ଅନ୍ତର୍ଜାତୀୟ ସମ୍ମାନ

ଭୁବନେଶ୍ୱର : ଫାଇଭ-ଟି ସଚିବ ଭି.କେ ପାଣ୍ଡିଆନଙ୍କୁ ସମ୍ମାନଜନକ FIH ପ୍ରେସିଡେଣ୍ଟସ ଆୱାର୍ଡ । ହକିର ପ୍ରଚାର ପ୍ରସାର କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ଅନ୍ତର୍ଜାତୀୟ ହକି ଫେଡରେସନ-FIH ପକ୍ଷରୁ ତାଙ୍କୁ ଏହି ପୁରସ୍କାର ପ୍ରଦାନ କରାଯାଇଛି । ଓଡ଼ିଶାରେ ହକି ପାଇଁ ଉଲ୍ଲେଖନୀୟ ଅବଦାନ ଯୋଗୁଁ ଫାଇଭ-ଟି ସଚିବ ଭି.କେ. ପାଣ୍ଡିଆନଙ୍କୁ ମିଳିଛି FIH ପ୍ରେସିଡେଣ୍ଟସ ଆୱାର୍ଡ । ୪୭ ତମ FIH କଂଗ୍ରେସ ପକ୍ଷରୁ ପାଣ୍ଡିଆନଙ୍କୁ ମିଳିଛି ଏହି ପୁରସ୍କାର । ଭର୍ଚୁଆଲରେ ଆୟୋଜନ ହୋଇଥିବା ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ନବୀନ ପଟ୍ଟନାୟକଙ୍କ ବ୍ୟକ୍ତିଗତ ସଚିବ ଥିବା ଭି.କେ. ପାଣ୍ଡିଆନଙ୍କୁ ଏହି ସମ୍ମାନ ପ୍ରଦାନ କରାଯାଇଛି ।

ଏ ନେଇ ହକି ଇଣ୍ଡିଆ ପକ୍ଷରୁ ତାଙ୍କୁ ଶୁଭେଚ୍ଛା ଜଣାଯିବା ସହ, ହକିର ପ୍ରଚାର ପ୍ରସାର ଦିଗରେ ତାଙ୍କର ଉଲ୍ଲେଖନୀୟ ଅବଦାନ ଯୋଗୁଁ ସେ ଏହି ପୁରସ୍କାର ପାଇବାକୁ ହକଦାର ବୋଲି କୁହାଯାଇଛି । ଏଥିସହିତ ହକି ଇଣ୍ଡିଆ ପକ୍ଷରୁ ମଧ୍ୟ ଟ୍ୱିଟ୍ ଯୋଗେ ଶ୍ରୀ ପାଣ୍ଡିଆନ୍‌ଙ୍କୁ ଶୁଭେଚ୍ଛା ଜଣାଯାଇଛି । ତେବେ ଭାରତୀୟ ହକି ଦଳର ପ୍ରୟୋଜକ ଭାବେ ଓଡିଶା ଥିବା ବେଳେ, ୨୦୨୩ରେ ହକି ବିଶ୍ୱକପ ପାଇଁ ଓଡିଶା ପ୍ରସ୍ତୁତି କରୁଛି । ସେହିଭଳି ରାଉରକେଲାରେ ଏକ ବିଶ୍ୱସ୍ତରୀୟ ହକି ଷ୍ଟାଡିୟମ ପାଇଁ ମଧ୍ୟ ସରକାର କାର୍ଯ୍ୟ ଆରମ୍ଭ କରିସାରିଛନ୍ତି । ୨୦୧୪ରେ କଳିଙ୍ଗ ଷ୍ଟାଡିୟମରେ ହକି ଚାମ୍ପିୟନସ ଟ୍ରଫି, ୨୦୧୭ରେ ହକି ୱାର୍ଲଡ ଲିଗର ଆୟୋଜନ କରି ହକି ଦୁନିଆରେ ନିଜର ଏକ ସ୍ୱତନ୍ତ୍ର ଛାପ ଛାଡିଛି ଓଡିଶା ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking